ମେ’ ୧୫ ସୁଦ୍ଧା ଯୁକ୍ତ୨ ଫଳ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇଛି। ତେବେ ଗତ ୨ଦିନ ହେବ ଅନ୍‌ଲାଇନ୍‌ ମୂଲ୍ୟାଙ୍କନ ଶେଷ ହୋଇଥିବା ବେଳେ ଅଫ୍‌ଲାଇନ୍‌ ମୂଲ୍ୟାୟନ ବୁଧବାର ସୁଦ୍ଧା ଶେଷ କରିବାକୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଅଳ୍ପ କିଛି ଖାତା ମୂଲ୍ୟାଙ୍କନ ହୋଇପାରି ନ ଥିବାରୁ ଗୁରୁବାର ପ୍ରଥମ ପର୍ଯ୍ୟାୟରେ ଏହା ଶେଷ ହେବ। ଏହାପରେ ୨୬ ତାରିଖରୁ ଫଳ ପ୍ରକାଶ ପ୍ରକ୍ରିୟା ଆରମ୍ଭ ହେବ। ରାଜ୍ୟ ବାହାରର ଏକ ଫାର୍ମରେ ଫଳାଫଳ ସହ ମେ’ ୧୫ ସୁଦ୍ଧା
ସାର୍ଟିଫିକେଟ ପ୍ରିଣ୍ଟ୍ରିଂ ପାଇଁ ବ୍ୟବସ୍ଥା ହୋଇଥିବାରୁ ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ସମ୍ପୃକ୍ତ ଫାର୍ମକୁ ଚଳିତ ସପ୍ତାହରେ ଯିବେ। ସେହି ଫାର୍ମରେ ପରୀକ୍ଷାର୍ଥୀଙ୍କ ମାର୍କଶିଟ୍‌, ସାର୍ଟିଫିକେଟ୍‌, ମାଇଗ୍ରେଶନ ଆଦି ସମସ୍ତ ସାର୍ଟିଫିକେଟ୍‌ ପ୍ରିଣ୍ଟିଂ କରାଯିବ। ସୁରକ୍ଷିତ ଏବଂ ଠିକ୍‌ କାର୍ଯ୍ୟ କରିବାକୁ ପରିଷଦ ପକ୍ଷରୁ ସମ୍ପୃକ୍ତ କମ୍ପାନୀକୁ ନିର୍ଦ୍ଦେଶ ଦିଆଯାଇଥିବାବେଳେ ପରୀକ୍ଷା ନିୟନ୍ତ୍ରକଙ୍କ ସହ ପରିଷଦର ୨/୩ ଜଣ ବରିଷ୍ଠ ଅଧିକାରୀ ପ୍ରିଣ୍ଟିଂ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସେଠାରେ ରହିବେ। ତେବେ ମେ’ ୧୦ରୁ ୧୫ ତାରିଖ ମଧ୍ୟରେ ରେଜଲ୍ଟ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଥିବା ବେଳେ ମେ’ ୧୩ରେ ପ୍ରକାଶ ପାଇଁ ପ୍ରୟାସ ଚାଲିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଚଳିତବର୍ଷ ମୋଟ ୩ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ରେଗୁଲାର ୩ଲକ୍ଷ ୬୦ହଜାର ୧୯୮ ଏବଂ ଏକ୍ସ ରେଗୁଲାର ୨୬ହଜାର ୫୨ଜଣ ଛାତ୍ରୀଛାତ୍ର ରହିଛନ୍ତି। ମୋଟ ୨୭ଲକ୍ଷ ଖାତା ମୂଲ୍ୟାୟନ ହୋଇଥିବା ବେଳେ ସେଥିରୁ ଅନ୍‌ଲାଇନ୍‌ରେ ୯ଲକ୍ଷ ଏବଂ ଅଫ୍‌ଲାଇନରେ ୧୮ଲକ୍ଷ ଖାତା ମୂଲ୍ୟାୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri