ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ସୂଚନା ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଶେଷ ହେବ। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍‌ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ଚଳିତ ବର୍ଷ ଖାତା ଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ସାମିଲ ହେବେ ବୋଲି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୧୬ତାରିଖରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri