ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ ସୂଚନା ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ମେ’ ୧୫ ତାରିଖ ଭିତରେ ରେଜଲ୍ଟ ବାହାର କରାଯିବ ବୋଲି ପରୀକ୍ଷା ନିୟନ୍ତ୍ରକ କହିଛନ୍ତି। ସେ କହିଛନ୍ତି, ମାର୍ଚ୍ଚ ୨୦ ତାରିଖରେ ଯୁକ୍ତ୨ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଶେଷ ହେବ। ପରୀକ୍ଷା ସରିବାର ଦୁଇଦିନ ପରେ ଅର୍ଥାତ୍‌ ମାର୍ଚ୍ଚ ୨୨ ତାରିଖରୁ ଖାତା ଦେଖା ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସେହିପରି ଏପ୍ରିଲ ୪ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ହେବ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଅନ୍‌ଲାଇନ ଓ ଅଫ୍‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ଅନ୍‌ଲାଇନରେ ଖାତାଦେଖା ହେବ। ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌ଲାଇନରେ ହେବ। ଚଳିତ ବର୍ଷ ଖାତା ଦେଖାରେ ପ୍ରାୟ ୧୫ ହଜାର ଅଧ୍ୟାପିକା ଓ ଅଧ୍ୟାପକ ସାମିଲ ହେବେ ବୋଲି ସିଏଚ୍‌ଏସ୍‌ଇ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୧୬ତାରିଖରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟପ୍ରୁଫ୍ କାଚ ବାକ୍ସ ଭିତରୁ ପ୍ରଶଂସକଙ୍କୁ ଭେଟିଲେ ଅମିତାଭ, ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନ ବିଗତ କିଛି ଦଶନ୍ଧି ଧରି ପ୍ରତ୍ୟେକ ରବିବାର ନିଜ ବାସଭବନ ‘ଜଲ୍‌ସା’ ବାହାରେ ଏକାଠି ହେଉଥିବା ହଜାର ହଜାର ପ୍ରଶଂସକଙ୍କୁ…

ଆଜି ଭୀଷଣ ବାତ୍ୟାର ରୂପ ନେବ ‘ମୁରାସୁ: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ, ଏହି ୫ ଜିଲାକୁ ଅଧିକ…

ଭୁବନେଶ୍ୱର,୧ା୧୧(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୁରାସୁ’। ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି.,…

ଅନ୍ତର୍ଜାତୀୟ ଭାରୋତ୍ତୋଳନରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର ଜିତିଲେ ୨ ସ୍ବର୍ଣ୍ଣ ପଦକ

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ହରିଆଣାର ଫରିଦାବାଦରେ ଆୟୋଜିତ ଅନ୍ତର୍ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗୁଡ଼ାରି ପୁଅ ବୀରେନ୍ଦ୍ର ଶବର (୩୨) ଜିତିଛନ୍ତି ୨ ସ୍ବର୍ଣ୍ଣ ପଦକ। ୯୩ କାଟାଗୋରି…

ଅନ୍ତରିଗାଁ ପିଇଓଙ୍କୁ ନିଲମ୍ବନ କଲେ ଗଞ୍ଜାମ ଜିଲାପାଳ

ପୁରୁଷୋତ୍ତମପୁର,୧ା୧୧(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଋଷିକୂଲ୍ୟା ନଦୀର ପ୍ରଳୟଙ୍କରୀ ବନ୍ୟା ପୁରୁଷୋତ୍ତମପୁର ଅଞ୍ଚଳରେ ରଚିଛି। ଏହି ବିପର୍ଯ୍ୟୟ ସମୟରେ କାର୍ଯ୍ୟରେ ଅବହେଳାକୁ ନେଇ ପୁରୁଷୋତ୍ତମପୁର ବ୍ଲକ…

ବରଗଡ଼ରେ ଚାଞ୍ଚଲ୍ୟ, ଅଭାବରେ ପଡ଼ି ଶିଶୁକନ୍ୟାଙ୍କୁ ଅନ୍ୟ ହାତରେ ଟେକିଦେଲେ ଦମ୍ପତି

ବରଗଡ଼,୧।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଅଭାବ ଅନଟନରେ ପଡ଼ି ଏକ ନବଜାତ ଶିଶୁକନ୍ୟାକୁ ଅନ୍ୟ ଦମ୍ପତିଙ୍କ ହାତରେ ଟେକି ଦେବା ଭଳି ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି…

ଡର? ସେଇଟା ପୁଣି କଣ… କୋଚ୍‌ ଗମ୍ଭୀର ଟିମ୍‌ ଇଣ୍ଡିଆର ବିଜୟକୁ କାହିଁକି କହିଲେ ବହୁତ ଖାସ୍‌…

ନୂଆଦିଲ୍ଲୀ,୧।୧୧: ସିରିଜ୍ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ବି ହେଉ, ଭାରତୀୟ କ୍ରିକେଟ୍ ଟିମ୍‌ର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ନିଜ ବକ୍ତବ୍ୟ ରଖିବାରେ କେବେ ହେଲେ…

ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ବ୍ଲକ ପ୍ରଶାସନର ପ୍ରସ୍ତୁତି ବୈଠକ, ସଜାଗ ରହିବାକୁ ନିର୍ଦ୍ଦେଶ ଜାରି କରି…

ଗୁଡ଼ାରି,୧ା୧୧(ପ୍ରମୋଦ କୁମାର ପତି): ସମ୍ଭାବ୍ୟ ବାତ୍ୟା ‘ମୁରାସୁ’କୁ ଦୃଷ୍ଟିରେ ରଖି ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଗୁଡ଼ାରି ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ଶୁଚିସ୍ମିତା ବେହେରାଙ୍କ ଉପସ୍ଥିତିରେ ଏକ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧ ଲକ୍ଷ ୩୦ ହଜାର, ପ୍ରଭାବିତଙ୍କୁ ୫୦ କେଜି ଚାଉଳ,ନଗଦ…

ଭୁବନେଶ୍ୱର,୧।୧୧: ରାଜ୍ୟରେ ସାମ୍ପ୍ରତିକ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁ ଭାଙ୍ଗିଯାଇଥିବା ଘର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?