ଯୁକ୍ତ୨ ସିଟ ସଂଖ୍ୟା ବଢ଼ିବ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ଚଳିତବର୍ଷ ଯୁକ୍ତ୨ ସିଟ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ଜିଲାର ଆବଶ୍ୟକତାକୁ ଦେଖି ସିଟ ବଢ଼ାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଶନିବାର ସୂଚନା ଦେଇଛନ୍ତି। ବିଶେଷକରି ପ୍ରଥମ ବର୍ଷ ସିଟ ବୃଦ୍ଧି ନେଇ ସୋମବାର ବିଭାଗୀୟ ବୈଠକ ବସିବ। ବୈଠକରେ ଯୁକ୍ତ୨ ନାମଲେଖା ନେଇ ବିସ୍ତୃତ ଆଲୋଚନା ହେବା ସହ ସିଟ ସଂଖ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯିବ। ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳ ସିବିଏସ୍‌ଇ ଓ ଆଇସିଏସ୍‌ଇକୁ ପଛରେ ପକାଇ ଦେଇଛି। ତେଣୁ ଯୁକ୍ତ୨ ସିଟ ସଂଖ୍ୟା ନ ବଢ଼ିଲେ ଛାତ୍ରୀଛାତ୍ର ପସନ୍ଦ ମୁତାବକ କଲେଜରେ ପଢ଼ିବାକୁ ସୁଯୋଗ ପାଇବେ ନାହିଁ।
ତେଣୁ ଏନେଇ ପଦକ୍ଷେପ ନିଆଯାଉଛି। ଯେଉଁ ଜିଲାରେ ଆବଶ୍ୟକ ପଡ଼ିବ ସେଠାରେ ସିଟ ସଂଖ୍ୟା ବଢାଯିବ। ପିଲାଙ୍କର କିଛି ଅସୁବିଧା ନ ହେଲା ଭଳି ସମସ୍ତ ପ୍ରକାର ପଦକ୍ଷେପ ସରକାର ଗ୍ରହଣ କରିବେ ବୋଲି ମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି।
ଏ ବର୍ଷ ରେକର୍ଡ ସଂଖ୍ୟକ ପିଲା ମାଟ୍ରିକ ପାସ କରିଥିବାରୁ ଏପରି ଚିନ୍ତା ବଢିଛି। ପାସହାର ଅଧିକ ଥିବାରୁ ସବୁ ପିଲା ଯୁକ୍ତ୨ ସିଟ ନ ପାଇବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ତଥ୍ୟ ଅନୁସାରେ, ଚଳିତବର୍ଷ ରାଜ୍ୟର ୫ଲକ୍ଷ ୧୨ ହଜାର ପିଲା ମାଟ୍ରିକ ପାସ୍‌ କରିଛନ୍ତି। ମାତ୍ର ରାଜ୍ୟର କଲେଜଗୁଡ଼ିକରେ ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ୫ଲକ୍ଷ ୯ହଜାର ସିଟ ରହିଛି। ତେଣୁ ଆବଶ୍ୟକତା ଦୃଷ୍ଟିରୁ ରାଜ୍ୟ ସରକାର ସିଟ ବଢ଼ାଇବାକୁ ଚିନ୍ତା କରୁଛନ୍ତି। ଅନ୍ୟପକ୍ଷରେ ଚଳିତବର୍ଷଠାରୁ କେବଳ ବାର୍ଷିକ ପରୀକ୍ଷା ଆଧାରରେ ମାଟ୍ରିକ ମୂଲ୍ୟାୟନ ହେବା ନେଇ ଆଲୋଚନା ହେଉଛି। ୨୦୧୯-୨୦୨୦ ଶିକ୍ଷାବର୍ଷରେ ଶେଷଥର ପାଇଁ ବାର୍ଷିକ ପରୀକ୍ଷା ଆଧାରରେ ପରୀକ୍ଷା ଖାତା ମୂଲ୍ୟାୟନ କରାଯାଇଥିଲା। ପରବର୍ତ୍ତୀ ଶିକ୍ଷାବର୍ଷଠାରୁ ମୂଲ୍ୟାୟନ ଢାଞ୍ଚା ବଦଳିବା ସହ ପାସ୍‌ହାର ବଢ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri