ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ ଗାଧୋଇବା ସହ ରିଲ୍ସ (ଭିଡିଓ) ତିଆରି କରୁଥିବା ବେଳେ ଜଣେ ଯୁବକ ଭାସିଯାଇ ନିଖୋଜ ହୋଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ କଅଁରାକୁଳ ଗ୍ରାମର ଅଶୋକ କୁମାର ଜେନାଙ୍କ ପୁଅ ଆକାଶ କୁମାର ଜେନା। ସେ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ର ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲାରୁ ୫ ଜଣ ସାଙ୍ଗ ନାଖରା ସେତୁ ନିକଟକୁ ବଢ଼ି ପାଣି ଦେଖିବାକୁ ଏବଂ ଗାଧୋଇବାକୁ ଆସିଥିଲେ। ସେଠାରେ ସେମାନେ ମୋବାଇଲ୍‌ରେ ରିଲ୍ସ ପ୍ରସ୍ତୁତ କରୁଥିଲେ। ଜଣେ ସାଙ୍ଗ ସେତୁ ଉପରେ ରହି ମୋବାଇଲ୍‌ରେ ଭିଡିଓ ସୁଟିଂ କରୁଥିବା ବେଳେ ଆକାଶଙ୍କ ସମେତ ଅନ୍ୟ ୪ ଜଣ ସାଙ୍ଗ ନଦୀ ଭିତରକୁ ପଶି ଗାଧୋଉଥିଲେ। ସେହି ସମୟରେ ସେଠାରେ ମାଛ ଧରୁଥିବା ସ୍ଥାନୀୟ ଲୋକେ ସେମାନଙ୍କୁ ଗଭୀର ପାଣିକୁ ଯିବାକୁ ବାରମ୍ବାର ବାରଣ କରିଥିଲେ ମଧ୍ୟ ସେମାନେ ଶୁଣି ନ ଥିଲେ।

ଗାଧୋଉଥିବା ସମୟରେ ହଠାତ୍ ପାଣିର ପ୍ରବଳ ସ୍ରୋତ ଯୋଗୁ ସେମାନଙ୍କ ଗୋଡ଼ ଖସିଯାଇଥିଲା ଏବଂ ୪ ଜଣ ଯାକ ପାଣିରେ ବୁଡ଼ିବାକୁ ଲାଗିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ଉଦ୍ଧାର କାର୍ଯ୍ୟ କରି ବହୁ କଷ୍ଟରେ ଚିନ୍ମୟ ଜେନା, ସିଲୁ ଜେନା, ମୁନା ଜେନା ଏବଂ ବଳରାମ ଜେନାଙ୍କୁ ସୁରକ୍ଷିତ ଭାବେ ପାଣିରୁ ବାହାର କରିଥିଲେ। ମାତ୍ର ଆକାଶଙ୍କର କୌଣସି ସନ୍ଧାନ ମିଳି ନ ଥିଲା ଏବଂ ସେ ପାଣି ସ୍ରୋତରେ ଭାସିଯାଇଥିଲେ।

ଘଟଣା ସମ୍ପର୍କରେ ଖବର ପାଇ ବୈଶିଙ୍ଗା ପୋଲିସ ଓ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ନିଖୋଜ ଯୁକ୍ତ ୨ ଛାତ୍ର ଆକାଶଙ୍କୁ ଉଦ୍ଧାର କରିବା ପାଇଁ ନଦୀରେ ବ୍ୟାପକ ସର୍ଚ୍ଚ ଅପରେସନ ଜାରି ରହିଛି। ଏହି ଅଘଟଣ ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri