SCB ମୃତକଙ୍କ ପାଇଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୬।୩: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଛି। SCB ଆଗରେ କାନ୍ଦବୋବାଳି ପଡ଼ିଛି। ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ପିଏମ୍‌ଓ ପକ୍ଷରୁ ଟୁଇଟ୍‌ ଯୋଗେ କୁହାଯାଇଛି ଯେ, ଓଡ଼ିଶାର କଟକରେ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ।

SCB ଅଗ୍ନିକାଣ୍ଡ ପରେ ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅଗ୍ନିକାଣ୍ଡ ସ୍ଥଳ ବୁଲି ଦେଖିବା ସହ ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା କରିଥିଲେ। ମେଡିକାଲ ବୁଲି ଦେଖିବା ପରେ ସହାୟତା ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ। ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ। ବିଦ୍ୟୁତ ସର୍ଟସର୍କିଟ କାରଣରୁ ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri