Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର: କହିଲେ, ସମ୍ମାନିତ ଅନୁଭବ କରୁଛି

ନୂଆଦିଲ୍ଲୀ,୯।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଙ୍କୁ ଭାରତୀୟ ନୌସେନା ପକ୍ଷରୁ ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଏଥିସହ ସେ ଆଇଏନ୍‌ଏସ୍‌ ବିକ୍ରାନ୍ତର କକ୍‌ପିଟ୍‌ରେ ବସିଥିବା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକ୍ରମେ ନବନିଯୁକ୍ତ, ଭାରତୀୟ ଡିଜାଇନ୍‌ ଓ ଭାରତରେ ନିର୍ମିତ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଆଜି ଆସି ମୁଁ ଗର୍ବିତ ଅନୁଭବ କରୁଛି ବୋଲି ଆଲବାନି କହିଛନ୍ତି। ମୋର ଏହି ଗସ୍ତ ଭାରତ-ପ୍ରଶାନ୍ତ ମହାସାଗରରେ ତଥା ଅଷ୍ଟ୍ରେଲିଆର ଦୃଷ୍ଟିକୋଣରେ ଭାରତକୁ ସ୍ଥାନିତ କରିବା ମୋ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ ଆରମ୍ଭ ପୂର୍ବରୁ ଗୁରୁବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ଆନ୍ଥୋନୀ ଆଲବାନି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଟି-୨୦ ବିଶ୍ୱକପ ପୂର୍ବରୁ ସନ୍ୟାସ ନେଇ ଚମକାଇଲେ ଏହି ଖେଳାଳି, ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆର ଦଳ ଡିସେମ୍ବର ୨୦ ତାରିଖରେ ଘୋଷଣା କରାଯାଇଥିଲା। ୨୦୨୬ ଟି୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ନୂଆ ବର୍ଷ ପୂର୍ବରୁ EPFO ଜାରି କଲା ନୂଆ ଗାଇଡଲାଇନ୍‌, ଜାଣିରଖନ୍ତୁ…

ନୂଆଦିଲ୍ଲୀ,୨୨।୧୨: କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଂଗଠନ (EPFO) କର୍ମଚାରୀ ପେନସନ ଯୋଜନା (EPS) ସହିତ ଜଡିତ ଭୁଲ କିମ୍ବା ଅସମ୍ପୂର୍ଣ୍ଣ ଯୋଗଦାନର ମାମଲାଗୁଡ଼ିକର ସମାଧାନ ପାଇଁ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଡେବିଟ୍‌ କାର୍ଡରେ ପରିବର୍ତ୍ତନ ଆଣିଲା ଏହି ବ୍ୟାଙ୍କ, ଚେକ୍‌ କରିନିଅନ୍ତୁ ଆପଣଙ୍କ ବ୍ୟାଙ୍କ ନାହିଁ ତ?

ନୂଆଦିଲ୍ଲୀ,୨୨।୧୨: ଆପଣ କ’ଣ ଏୟାରପୋର୍ଟ ଲାଉଞ୍ଜ ଆକ୍ସେସ ପାଇବା ପାଇଁ HDFC ବ୍ୟାଙ୍କ ଡେବିଟ୍‌ କାର୍ଡ କିଣିଛନ୍ତି? ଆପଣଙ୍କ ପାଇଁ ଏକ ବଡ଼ ଅପଡେଟ। ନୂତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri