Posted inଜାତୀୟ

ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦିଆଗଲା ଗାର୍ଡ ଅଫ୍‌ ଅନର: କହିଲେ, ସମ୍ମାନିତ ଅନୁଭବ କରୁଛି

ନୂଆଦିଲ୍ଲୀ,୯।୩: ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଙ୍କୁ ଭାରତୀୟ ନୌସେନା ପକ୍ଷରୁ ଆଇଏନ୍‌ଏସ୍‌ ବିକ୍ରାନ୍ତ ଉପରେ ଗାର୍ଡ ଅଫ୍‌ ଅନର ପ୍ରଦାନ କରାଯାଇଛି। ଏଥିସହ ସେ ଆଇଏନ୍‌ଏସ୍‌ ବିକ୍ରାନ୍ତର କକ୍‌ପିଟ୍‌ରେ ବସିଥିବା ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣକ୍ରମେ ନବନିଯୁକ୍ତ, ଭାରତୀୟ ଡିଜାଇନ୍‌ ଓ ଭାରତରେ ନିର୍ମିତ ଆଇଏନ୍‌ଏସ୍‌ ବିକ୍ରାନ୍ତରେ ଆଜି ଆସି ମୁଁ ଗର୍ବିତ ଅନୁଭବ କରୁଛି ବୋଲି ଆଲବାନି କହିଛନ୍ତି। ମୋର ଏହି ଗସ୍ତ ଭାରତ-ପ୍ରଶାନ୍ତ ମହାସାଗରରେ ତଥା ଅଷ୍ଟ୍ରେଲିଆର ଦୃଷ୍ଟିକୋଣରେ ଭାରତକୁ ସ୍ଥାନିତ କରିବା ମୋ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି ବୋଲି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ମ୍ୟାଚ ଆରମ୍ଭ ପୂର୍ବରୁ ଗୁରୁବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ଅଷ୍ଟ୍ରେଲୀୟ ପ୍ରତିପକ୍ଷ ଆନ୍ଥୋନୀ ଆଲବାନି ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri