ଉତ୍ତେଜନା ବଢ଼ାଇଲା ପିଏମ୍‌-ଆବାସ

ଛେଣ୍ଡିପଦା, ୧୮।୧(ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରକାଶିତ ତାଲିକାକୁ ନେଇ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଉତ୍ତେଜନା ଦେଖାଦେଇଛି। ବହୁ ଯୋଗ୍ୟ ହିତାଧିକାରୀ ତାଲିକାରୁ ବାଦ୍‌ ପଡ଼ିଥିବା ଅଭିଯୋଗ କରିଛନ୍ତି। ଏହାକୁ ନେଇ କୋଡ଼ାସାହି ବାସୀ ତେଣ୍ଟୁଲୋଇ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିବାବେଳେ କୋରଡ଼ା ପଞ୍ଚାୟତର ଅସନ୍ତୁଷ୍ଟ ଆଶାୟୀମାନେ ପ୍ରକାଶିତ ସମ୍ଭାବ୍ୟ ତାଲିକା ଜାଳିଦେଇଛନ୍ତି।
ଛେଣ୍ଡିପଦା ବ୍ଲକର ୩୪ ପଞ୍ଚାୟତରେ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଲଗାଯାଇଛି। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଆବାସ ଯୋଜନାରେ ସାମିଲ କରାଯାଇଥିବା ଜଣାପଡ଼ିବା ପରେ ଯୋଗ୍ୟ ହିତାଧିକାରୀ ବେଶ୍‌ ଖୁସି ଥିଲେ। ହେଲେ ସେମାନଙ୍କ ମଧ୍ୟରୁ ଅନେକଙ୍କ ନାମ ସମ୍ଭାବ୍ୟ ତାଲିକାରେ ନ ଥିବାରୁ ଉତ୍ତେଜନା ଦେଖାଦେଇଛି। ତେଣ୍ଟୁଲୋଇ ପଞ୍ଚାୟତ କାର୍ଯ୍ୟାଳୟରେ ପିଏମ୍‌-ଆବାସରେ ୫୨ ଯୋଗ୍ୟ ହିତାଧିକାରୀଙ୍କର ତାଲିକା ଲଗାଯାଇଛି। ତେବେ ଅନେକ ଆଶାୟୀଙ୍କ ନାମ ବାଦ୍‌ ପଡ଼ିଥିବା ଅଭିଯୋଗ ହୋଇଛି। ନିରାଶ ହୋଇଥିବା ବ୍ୟକ୍ତିମାନେ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଥିଲେ।
ଅଭିଯୋଗ ଅନୁଯାୟୀ, ପୂର୍ବରୁ ବ୍ଲକ ପ୍ରଶାସନ କରିଥିବା ସର୍ଭେରେ ୬୭ ଜଣଙ୍କ ନାମ ତାଲିକାଭୁକ୍ତ କରାଯାଇଥିଲା। ତେବେ ଚଞ୍ଚକତା କରି ପ୍ରାୟ ୧୬ ଜଣଙ୍କ ନାମ ତାଲିକାରୁ ବାଦ୍‌ ଦିଆଯାଇଥିବା ଅଭିଯୋଗ କରି କୋଡାସାହିବାସୀ ପଞ୍ଚାୟତ କାର୍ଯ୍ୟାଳୟ ଘେରିଥିଲେ। ସୂଚନା ପାଇ ସରପଞ୍ଚ ପ୍ରିୟଙ୍କା ସାହୁ ପହଞ୍ଚତ୍ ପିଇଓ, ଜିଆର୍‌ଏସ୍‌ଙ୍କ ସହିତ ଆଲୋଚନା କରିଥିଲେ। ଦୀର୍ଘ ୪ ଘଣ୍ଟା ଧରି ଆଲୋଚନା କରାଯାଇଥିଲା। କେଉଁ ମାନଦଣ୍ଡ ଅନୁଯାୟୀ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରସ୍ତୁତ କରାଯାଇଛି ସେ ନେଇ ବ୍ଲକ ପ୍ରଶାସନଠାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଚିଠି କରାଯାଇ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ପ୍ରତିଶ୍ରୁତି ଦିଆଯିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା। ଅନ୍ୟପଟେ କୋରଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରକାଶ ପାଇଥିବା ସମ୍ଭାବ୍ୟ ତାଲିକାକୁ ଜାଳିଦେବା ଘଟଣାରେ ପିଇଓ ଜରପଡା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri