Posted inଜାତୀୟ

ପିଏମ୍‌-କେୟାର୍ସ ମାମଲା: ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍‌-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍‌-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼ ଯୁକ୍ତି ଉପସ୍ଥାପନ କରିଥିଲେ। କରୋନା ମହାମାରୀର ମୁକାବିଲା ପାଇଁ ସ୍ବେଚ୍ଛାକୃତ ଦାନ ଗ୍ରହଣ କରିବା ନିମନ୍ତେ ଏହା ଏକ ସରକାରୀ ଟ୍ରଷ୍ଟ । ଜାତୀୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏନ୍‌ଡିଆର୍‌ଏଫ୍‌) ଏବଂ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପାଣ୍ଠି (ଏସ୍‌ଡିଆର୍‌ଏଫ୍‌)କୁ ବଜେଟରେ ମଞ୍ଜୁର ହୋଇଥିବା ଅର୍ଥ ସହ ଏହାର କୌଣସି ସମ୍ପର୍କ ନ ଥିବା ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଯୁକ୍ତି ରଖିଥିଲେ। ସେଣ୍ଟର ଫର ପବ୍ଲିକ୍‌ ଇଣ୍ଟେରେଷ୍ଟ ଲିଟିଗେଶନ (ସିପିଆଇଏଲ୍‌) ନାମକ ଏନ୍‌ଜିଓ ପକ୍ଷରୁ ପିଏମ୍‌-କେୟାର ପାଣ୍ଠି ବିରୋଧରେ ସୁପ୍ରିମକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। କୋଭିଡ୍‌-୧୯ ମୁକାବିଲା ପାଇଁ ପିଏମ୍‌-କେୟାର୍ସରେ ସଂଗୃହୀତ ଅର୍ଥକୁ ଏନ୍‌ଡିଆର୍‌ଏଫ୍‌କୁ ସ୍ଥାନାନ୍ତର କରାଯିବାକୁ ନିର୍ଦ୍ଦେଶ ଦେବା ଲାଗି ଉକ୍ତ ଏନ୍‌ଜିଓ ପକ୍ଷରୁ ସର୍ବୋଚ୍ଚ ଅଦାଲତଙ୍କୁ ଅନୁରୋଧ କରାଯାଇଥିଲା। ଜଷ୍ଟିସ୍‌ ଅଶୋକ ଭୂଷଣଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଏସ୍‌.କେ. କୌଲ ଏବଂ ଏମ୍‌.ଆର୍‌.ଶାହାଙ୍କୁ ନେଇ ଗଠିତ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିଛନ୍ତି। ସୂଚନାଯୋଗ୍ୟ କୋଭିଡ୍‌-୧୯ ମହାମାରୀ ସମେତ ଅନ୍ୟାନ୍ୟ ଜରୁରୀ ସ୍ଥିତିର ମୁକାବିଲା ଓ କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୮ରେ ପିଏମ୍‌-କେୟାର୍ସ ପାଣ୍ଠି ଗଠନ କରିଥିଲେ। ପ୍ରଧାନମନ୍ତ୍ରୀ ଏହାର ଅଧ୍ୟକ୍ଷ ଥିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରତିରକ୍ଷା ମନ୍ତ୍ରୀ ଓ ଅର୍ଥମନ୍ତ୍ରୀ ଏହାର ଏକ୍ସଓଫିସିଓ ଟ୍ରଷ୍ଟି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri