Posted inଜାତୀୟ

ଅଳିଆ ଉଠାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବଚ୍ଛତାକୁ ଭଲ ପାଆନ୍ତି। ସେ ମଧ୍ୟ ଏଥିପାଇଁ ଲୋକଙ୍କୁ ଉତ୍ସାହିତ କରିଥା’ନ୍ତି। ରବିବାର ନୂଆଦିଲ୍ଲୀରେ ପ୍ରଗତି ମୈଦାନ ଇଣ୍ଟିଗ୍ରେଟେଡ ଟ୍ରାଞ୍ଜିଟ କରିଡର ପ୍ରକଳ୍ପ ଅଧୀନରେ ତିଆରି ହୋଇଥିବା ମୁଖ୍ୟ ଟନେଲ ଓ ୫ଟି ଅଣ୍ଡରପାସ ରାସ୍ତାର ଉଦଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସ୍ବଚ୍ଛତାର ବାର୍ତ୍ତା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ ପୂର୍ବରୁ ଖୋଲା ଜିପରୁ ବାହାରି ଚାଲି ଚାଲି ଏହି ଟନେଲ ସ୍ଥାନକୁ ଯାଇଥିଲେ। ଏହି ସମୟରେ ସେ ରାସ୍ତା କଡ଼ରେ ଅଳିଆ ଆବର୍ଜନା ଏବଂ ଖାଲି ପାଣି ବୋତଲ ଦେଖି ତାକୁ ହାତରେ ଉଠାଇ ଡଷ୍ଟବିନ୍‌ରେ ପକାଇଥିଲେ।
ସ୍ବଚ୍ଛ ଭାରତ ମିଶନ ପ୍ରଧାନମନ୍ତ୍ରୀଙ୍କ ଏକ ପ୍ରମୁଖ ଅଭିଯାନ ଅଟେ। ଏହା ମାଧ୍ୟମରେ ସେ ଦେଶବାସୀଙ୍କୁ ସ୍ବଚ୍ଛତା ବିଷୟରେ ଅବଗତ କରାଇଥିଲେ। ୨ ଅକ୍ଟୋବର ୨୦୧୪ରେ ମହାତ୍ମା ଗାନ୍ଧୀଙ୍କ ୧୪୫ତମ ଜନ୍ମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦ୍ୱାରା ଏହି ଅଭିଯାନ ଆରମ୍ଭ କରାଯାଇଥିଲା।
ସୂଚନାଯୋଗ୍ୟ, ପ୍ରଗତି ମୈଦାନ ଇଣ୍ଟିଗ୍ରେଟେଡ ଟ୍ରାଞ୍ଜିଟ କରିଡର ପ୍ରକଳ୍ପ ପାଇଁ ୯୨୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସବୁ ଅର୍ଥ କେନ୍ଦ୍ର ସରକାର ପ୍ରଦାନ କରିଛନ୍ତି। ଏତେ କମ ସମୟରେ ଇଣ୍ଟିଗ୍ରେଡେଟ ଟ୍ରାଞ୍ଜିଟ କରିଡର କାମକୁ ସାରିବା ଆଦୌ ସହଜ ନ ଥିଲା। ଏହା ଦିଲ୍ଲୀର ସବୁଠାରୁ ବ୍ୟସ୍ତବହୁଳ ଅଞ୍ଚଳ। ପ୍ରତିଦିନ ଏଠାରେ ଲକ୍ଷାଧିକ ଗାଡି ଯିବା ଆସିବା କରନ୍ତି। ଟନେଲ ଉପରେ ଏକାଧିକ ରେଳ ଲାଇନ ଯାଇଛି। ଏହି ପ୍ରକଳ୍ପ ଅନେକ ବାଧାବିଘ୍ନର ସମ୍ମୁଖୀନ ହୋଇଥିଲା। କୋଭିଡ ମହାମାରୀ ଯୋଗୁ ପ୍ରକଳ୍ପ କାମରେ ଅନେକ ସମସ୍ୟା ହୋଇଥିଲା। ଆମ ଦେଶର କିଛି ଲୋକ ପ୍ରତି କଥାରେ ନ୍ୟାୟପାଳିକାର ଦ୍ୱାର ମଧ୍ୟ ବା ଲାଗନ୍ତି। ଏହି ପ୍ରକଳ୍ପରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଥିଲା। ଦେଶକୁ ଆଗକୁ ନେବାରେ ଏପରି ପଦକ୍ଷେପ ନୂଆ ବାଧା ସୃଷ୍ଟି କରିଥିଲା। କିନ୍ତୁ ଏହା ନୂଆ ଭାରତ। ଆମକୁ ସମସ୍ୟାର ସମାଧାନ ପାଇଁ ରାସ୍ତା ବାହାର କରିବାକୁ ପଡିବ ଓ ନିଷ୍ପତ୍ତି ନେବାକୁ ହେବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri