ଧର୍ମେନ୍ଦ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, କହିଲେ ଭାରତୀୟ ସିନେମା ଜଗତରେ ଏକ …

ନୂଆଦିଲ୍ଲୀ,୨୪ା୧୧: ବଲିଉଡ୍‌ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ୮୯ ବର୍ଷ ବୟସରେ ପରଲୋକ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି କିମ୍ବଦନ୍ତୀ ଅଭିନେତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନ୍‌ଷ୍ଟାଗ୍ରାମରେ ଲେଖିଛନ୍ତି, ‘ଧର୍ମେନ୍ଦ୍ର ଜୀଙ୍କ ଦେହାନ୍ତ ଭାରତୀୟ ସିନେମାରେ ଏକ ଯୁଗର ଅନ୍ତ ଘଟାଇଛି। ସେ ଜଣେ ପ୍ରତୀକାତ୍ମକ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ଥିଲେ, ଜଣେ ଉଲ୍ଲେଖନୀୟ ଅଭିନେତା ଯିଏ ତାଙ୍କ ଅଭିନୀତ ପ୍ରତ୍ୟେକ ଭୂମିକାରେ ଆକର୍ଷଣ ଏବଂ ଗଭୀରତା ଆଣିଥିଲେ। ସେ ଯେଉଁସବୁ ଭୂମିକାରେ ଅଭିନୟ କରିଥିଲେ ତାହା ଅଗଣିତ ଲୋକଙ୍କ ହୃଦୟକୁ ଛୁଇଁଥିଲା। ଧର୍ମେନ୍ଦ୍ର ଜୀଙ୍କ ସରଳତା, ନମ୍ରତା ପାଇଁ ସେ ବେଶ୍‌ ପ୍ରଶଂସିତ ହୋଇଥିଲେ। ଏହି ଦୁଃଖଦ ସମୟରେ ତାଙ୍କ ପରିବାର, ବନ୍ଧୁ ଏବଂ ଅଗଣିତ ପ୍ରଶଂସକଙ୍କ ସହିତ ମୋର ସମବେଦନା ଜଣାଉଛି।

ଦୀର୍ଘଦିନ ଧରି ଅସୁସ୍ଥ ଥିବା ଧର୍ମେନ୍ଦ୍ରଙ୍କ ନିଃଶ୍ୱାସ ନେବାରେ କଷ୍ଟ ହେଉଥିଲା ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା କ୍ରମାଗତ ଭାବରେ ଖରାପ ହେଉଥିଲା। ନିୟମିତ ଯାଞ୍ଚ ଏବଂ ଚିକିତ୍ସା ପାଇଁ ତାଙ୍କୁ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହସ୍ପିଟାଲରେ କିଛି ଦିନ ଚିକିତ୍ସା ପରେ, ତାଙ୍କ ଅବସ୍ଥାରେ ସାମାନ୍ୟ ଉନ୍ନତି ଘଟିଥିଲା ଏବଂ ତାଙ୍କ ପରିବାର ତାଙ୍କୁ ଚିକିତ୍ସା ପାଇଁ ଘରକୁ ନେଇଯାଇଥିଲେ। ତାଙ୍କ ଘରେ ଧର୍ମେନ୍ଦ୍ରଙ୍କ ଯତ୍ନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିଲା, କିନ୍ତୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଆହୁରି ବିଗିଡ଼ିବାକୁ ଲାଗିଲା।

ଯେକୌଣସି ଜରୁରୀକାଳିନ ପରିସ୍ଥିତିରେ ତୁରନ୍ତ ସହାୟତା ପାଇଁ ଧର୍ମେନ୍ଦ୍ରଙ୍କ ଘରେ ଏକ ଆମ୍ବୁଲାନ୍ସ ଏବଂ ଡାକ୍ତରଙ୍କ ବ୍ୟବସ୍ଥା କରାଯାଇଥିଲା। ତାଙ୍କ ପ୍ରଶଂସକ ଏବଂ ଫିଲ୍ମ ଇଣ୍ଡଷ୍ଟ୍ରିର ଅନେକ ସଦସ୍ୟ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ନିୟମିତ ଅପଡେଟ୍‌ ପାଇ ଚାଲିଥିଲେ। ସଲମାନ ଖାନ, ଶାହାରୁଖ ଖାନ ଏବଂ ଗୋବିନ୍ଦାଙ୍କ ସମେତ ଅନେକ ସେଲିବ୍ରିଟି ଧର୍ମେନ୍ଦ୍ରଙ୍କୁ ହସ୍ପିଟାଲ ଏବଂ ଘରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିବାକୁ ଭେଟିଥିଲେ। ତାଙ୍କ ଦେହାନ୍ତ ଖବର ସମଗ୍ର ଫିଲ୍ମ ଜଗତରେ ଏକ ଅପୂରଣୀୟ କ୍ଷତି ଘଟାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri