Posted inଖେଳ

ଖେଳାଳିଙ୍କୁ ପିଲାଙ୍କ ଭଳି ଭାବୁଛନ୍ତି ପ୍ରଧାନମନ୍ତ୍ରୀ: ମୋଦିଙ୍କୁ ପ୍ରଶଂସା କଲେ ପାକିସ୍ତାନୀ କ୍ରିକେଟର…

ଇସଲାମାବାଦ,୨୨।୧୧ : ବିଶ୍ୱକପ ୨୦୨୩ର ଅନ୍ତିମ ମ୍ୟାଚରେ ନିରାଶ ହେବା ପରେ ଭାରତୀୟ ଖେଳାଳିମାନେ ହତାଶ ହୋଇ ପଡିଥିଲେ। ତେବେ ଟୁର୍ନାମେଣ୍ଟରେ ଟିମ ଇଣ୍ଡିଆର ପ୍ରଦର୍ଶନ ପ୍ରଶଂସନୀୟ ଥିଲା। ମ୍ୟାଚ ପରେ ଯେତେବେଳେ ସମସ୍ତ ଖେଳାଳି ଦୁଃଖରେ ବୁଡି ଯାଇଥିଲେ, ସେତେବେଳେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେମାନଙ୍କ ଆତ୍ମବିଶ୍ୱାସ ବଢାଇବା ପାଇଁ ଡ୍ରେସିଂ ରୁମରେ ପହଞ୍ଚିଥିଲେ। ସେ ଖେଳାଳିଙ୍କ ପ୍ରଦର୍ଶନକୁ ପ୍ରଶଂସା କରି କହିଥିଲେ ଏହା ଏକ ଖେଳ ଏଥିରେ ବିଜୟ ଏବଂ ପରାଜୟ ଅଛି। ତୁମେମାନେ କ୍ରମାଗତ ୧୦ ଟି ମ୍ୟାଚ ଜିତିଛ। ଗୋଟିଏ ପରାଜୟ ତୁମମାନଙ୍କୁ ଭାଙ୍ଗି ପାରିବ ନାହିଁ। ସାହସ ରଖ ଏବଂ ତୁମର ସାଥୀମାନଙ୍କର ଯତ୍ନ ନିଅ ।

ଏହି ଦୁଃଖରେ ପ୍ରଧାନମନ୍ତ୍ରୀଙ୍କ ସାନ୍ତ୍ୱନା ପାଇବା ପରେ ଖେଳାଳିମାନେ ବହୁତ ଖୁସି ମନେ ହେଉଥିଲେ। ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ବ୍ୟବହାରିକ କାର୍ଯ୍ୟ ପ୍ରଶଂସା କରାଯାଉଛି। ପୂର୍ବତନ କ୍ରିକେଟର ଶୋଏବ ଅଖତର ମଧ୍ୟ ମୋଦିଙ୍କର ପ୍ରଶଂସକ ପାଲଟିଛନ୍ତି। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ଖେଳାଳିଙ୍କ ପ୍ରତି ପିଲାମାନଙ୍କ ଭଳି ବ୍ୟବହାର କରିଛନ୍ତି।

ନ୍ୟୁଜ ଏଜେନ୍ସି ସହିତ ବାର୍ତ୍ତାଳାପ ସମୟରେ ସେ କହିଛନ୍ତି, ଭାରତର ପ୍ରଧାନମନ୍ତ୍ରୀ ଏକ ସ୍ପଷ୍ଟ ବାର୍ତ୍ତା ଦେଇଛନ୍ତି ଏହି ଦୁଃଖ ସମୟରେ ଖେଳାଳିମାନଙ୍କ ସହ ଅଛନ୍ତି। ଦଳ ପାଇଁ ଏହା ଏକ ବଡ ମନୋଭାବ ଥିଲା। ଏକ ରାଷ୍ଟ୍ର ଭାବରେ ଭାରତ ନିଜ ଖେଳାଳିଙ୍କ ସହ ଛିଡା ହୋଇଛି। ଏହା ଏକ ବହୁତ ସୁନ୍ଦର ଏବଂ ଭାବପ୍ରବଣ ମୁହୂର୍ତ୍ତ। ପିଏମ ମୋଦି ଟିମ ଇଣ୍ଡିଆର ଖେଳାଳି ମାନଙ୍କ ମନୋବଳ ବୃଦ୍ଧି କରିଛନ୍ତି । ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।

 


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri