ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏକ କ୍ରେଡିଟ୍‌ ଆଉଟ୍‌ରିଚ୍‌ ପ୍ରୋଗ୍ରାମ ଶୁକ୍ରବାର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଆଞ୍ଚଳିକ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେବା ସହ ପିଏନ୍‌ବିର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ୨୧ ଜଣ ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା ହିତାଧିକାରୀଙ୍କୁ ଋଣ ମଞ୍ଜୁରୀପତ୍ର ପ୍ରଦାନ କରାଯାଇଥିଲା। ସେହିଭଳି ଗ୍ରାହକମାନଙ୍କୁ ସମ୍ବୋଧନକରି ଡ. ମହାନ୍ତି ପିଏମ୍‌ ଇ-ବିଶ୍ୱକର୍ମା ଯୋଜନାର ବୈଶିଷ୍ଟ୍ୟ ଓ ସୁବିଧା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଏପରିକି ମଞୁରୀ ଋଣ ରାଶିକୁ ଠିକ୍‌ ଉପାୟରେ ବିନିଯୋଗ କରି ବ୍ୟବସାୟରେ ଅଭିବୃଦ୍ଧି ଆଣିବାକୁ ସେ ପରାମର୍ଶ ଦେଇଥିଲେ।
ସେହିପରି ପିଏମ୍‌ ବିଶ୍ୱକର୍ମା ଯୋଜନାକୁ ଅନ୍‌ଲାଇନ ମୋଡ୍‌ରେ ମଞ୍ଜୁର ଏବଂ ବିତରଣ ପାଇଁ ଏକ ପଦକ୍ଷେପ ନିଆଯାଇଛି, ଯାହାକୁ ଇ-ବିଶ୍ୱକର୍ମା ବୋଲି କୁହାଯାଉଛି। ଉଭୟ ଅନ୍‌ଲାଇନ ଓ ଅଫ୍‌ଲାଇନ ମାଧ୍ୟମରେ ମନୋନୀତ ହିତାଧିକାରୀଙ୍କୁ ୧ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ପ୍ରଦାନ (ଟ୍ରାନ୍ସଫର) କରାଯାଉଛି। ଉକ୍ତ କାର୍ଯ୍ୟକ୍ରମରେ ପିଏନ୍‌ବି ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ ରାଜେଶ କୁମାର, ଉପ ଆଞ୍ଚଳିକ ପ୍ରବନ୍ଧକ କେ.ବି. ମିଶ୍ରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ଆଗରେ ଜେଏମ୍‌ଏମ୍‌ର ଧାରଣା  

ମୋରଡ଼ା,୧୮ା୩(ସ୍ମାରକ ମାଜୀ):ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ୨ ଦଫା ଦାବି ନେଇ ମଙ୍ଗଳବାରଠାରୁ…

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri