ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା ନିମନ୍ତେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ, ନିର୍ବିିିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଶ୍ରୀକ୍ଷେତ୍ରକୁ ଛୁଟିଛି। ରଥଯାତ୍ରାରେ ସାମିଲ ହେବା ନିମନ୍ତେ ସମସ୍ତ ଭକ୍ତଙ୍କ ମନରେ ଉତ୍ସାହ ଓ ଉଲ୍ଲାସ ଭରି ରହିଛି। ତେବେ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଏକ୍ସରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି, , ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସୱାର୍ଥପର ସେବାକୁ ପ୍ରତିଫଳିତ କରେ । ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ବାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

ଜନ୍ମାଷ୍ଟମୀରେ ମହାଲକ୍ଷ୍ମୀ ରାଜଯୋଗ: ସେପ୍ଟେମ୍ୱର ୪ରୁ ଗରିବ ରହିବେନି ୪ ରାଶି, ବଢିବ ଆୟ…

ଏହି ବର୍ଷ ଜନ୍ମାଷ୍ଟମୀ ପର୍ୱ ସେପ୍ଟେମ୍ୱର ୪ ତାରିଖରେ ପାଳନ କରାଯିବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ‘ଜନ୍ମାଷ୍ଟମୀ’ର ପବିତ୍ର ପର୍ୱର ଠିକ ପରଦିନ, ଅର୍ଥାତ ସେପ୍ଟେମ୍ୱର ୫…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

ଦଶହରାରେ ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୩ ଗୁଣ ବଢ଼ିପାରେ ବୋନସ ଲିମିଟ, ଖାତାକୁ କେତେ ଟଙ୍କା ଆସିବ ଜାଣନ୍ତୁ…

ନୂଆଦିଲ୍‌ଲୀ,୨।୯: ପାର୍ୱଣ ଋତୁ ଆରମ୍ଭ ହେବା ପୂର୍ୱରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମୁହଁରେ ହସ ଫୁଟାଇବା ଭଳି ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟାସନାଲ କାଉନସିଲ ଅଫ…

ଭାଗ୍ୟରେ ଲାଗିବ ଚାରିଚାନ୍ଦ! ୭ ସେପ୍ଟେମ୍ବରରୁ ୪ ରାଶିଙ୍କୁ ଅପାର ଧନଲାଭ ସହ ନୂଆ ଚାକିରି ସୁଯୋଗ

ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ରମା ଓ ଗୁରୁଙ୍କ ଯୁତିରୁ ଗଠିତ ହେଉଥିବା ଗଜକେସରୀ ଯୋଗକୁ ଅତ୍ୟନ୍ତ ଶୁଭ ବୋଲି ମନେ କରାଯାଏ। ଯେଉଁ ବ୍ୟକ୍ତିଙ୍କ ଜନ୍ମକୁଣ୍ଡଳୀରେ ଏହି…

ଘରେ ବିଲକୁଲ ଫ୍ରି’ରେ ଲାଗିବ ସୋଲାର ପ୍ୟାନେଲ, ସରକାର ଉଠାଇବେ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ,୨।୯: ଦିଲ୍ଲୀବାସୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ସରକାର ଏପରି ଏକ ଯୋଜନାକୁ ମଞ୍ଜୁରୀ ଦେଇଛନ୍ତି, ଯାହା ମାଧ୍ୟମରେ ଏବେ ଛାତ ଉପରେ ସୋଲାର ଲଗାଇବା…

କାର୍‌ ଓଲଟି ଭିତରେ ପଶିଗଲା ପାଣି, ଅଣନିଶ୍ୱାସୀ ହୋଇ ଚାଲିଗଲା…

ପାରାଦୀପ, ୨।୯ (ଶରତ ରାଉତ): ପାରାଦୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥ ତଥା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଗଡ଼ ଗେଟ୍‌ ବଜାର ନିକଟରେ ବୁଧବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri