ବଳାତ୍କାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ: ଇମ୍ରାନ ଖାନ୍‌

ଇସଲାମାବାଦ,୧୫।୯: ପାକିସ୍ତାନରେ ଜଣେ ବିଦେଶୀ ମହିଳାଙ୍କୁ ବଳାତ୍କାର ଘଟଣାକୁ ନେଇ ବିରୋଧ ଲାଗିରହିଛି। ଏହି ଘଟଣାକୁ ନେଇ ଇମ୍ରାନ ସକରକାରଙ୍କୁ ସମାଲୋଚନା କରାଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏକ ବଡ଼ ବିବୃତ୍ତି ଦେଇ କହିଛନ୍ତି ଏହି ଘଟଣାର ଅଭିଯୁକ୍ତଙ୍କୁ ସର୍ବସାଧାରଣରେ ଫାଶୀ ଦିଆଯାଉ କିମ୍ବା ଇଞ୍ଜେକ୍ସନ ମାଧ୍ୟମରେ ତାଙ୍କୁ ନପୁଂସକ କରିଦିଆଯାଉ। ଇମ୍ରାନ କହିଛନ୍ତି ଯେ, ବଳାତ୍କାର ଅଭିଯୁକ୍ତଙ୍କୁ ଏମିତି ଦଣ୍ଡିତ କରାଯାଉ ଯାହା ଅନ୍ୟମାନଙ୍କ ପାଇଁ ଏକ ଶିକ୍ଷା ହେବ। ସେମାନଙ୍କୁ ଖୁଣ୍ଟରେ ଟାଙ୍ଗି ଦିଆଯିବା ଉଚିତ୍‌ କିମ୍ବା ନପୁଂସକ କରିଦିଆଯିବା ଠିକ୍‌ ହେବ। ଯାହାଦ୍ୱାରା ସେମାନେ ଆଉ ଏପରି ଅପରାଧ କରିପାରିବେ ନାହିଁ। ସୂଚନାଯୋଗ୍ୟ, ପାକିସ୍ତାନରେ ଜଣେ ଫରାସୀ ମୂଳ ମହିଳାଙ୍କୁ ବଳାତ୍କାର କରାଯାଇଥିଲା। ରାସ୍ତାରେ ତିନି ପିଲାଙ୍କ ସାମ୍ନାରେ ମହିଳାଙ୍କ ସହ ଏଭଳି କ୍ରୁର କାର୍ଯ୍ୟ କରାଯାଇଥିଲା। ଯାହାକୁ ନେଇ ପାକିସ୍ତାନରେ ନିଆଁ ଜଳିଥିଲା। ଲାହୋର, କରାଚି, ଇସଲାମାବାଦ, ପେଶୱାର ଏବଂ ଅନ୍ୟାନ୍ୟ ସହରରେ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଅପରାଧୀଙ୍କୁ ଦଣ୍ଡ ଦେବା ଏବଂ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବାକୁ ଲୋକମାନେ ଇମ୍ରାନ ସରକାରଙ୍କୁ ଦାବି କରିଥିଲେ। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ୨୩ ବର୍ଷୀୟ ଶାଫକତ ଅଲିଙ୍କୁ ଗିରଫ କରାଯାଇଛି। ସେ ନିଜ ଅପରାଧ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri