ସମ୍ବଲପୁରରେ ଆଇଆଇଏମ୍‌ ସ୍ଥାୟୀ କ୍ୟାମ୍ପସର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ: କହିଲେ ‘ହେବ ଶିକ୍ଷାର ହବ୍‌’

ସମ୍ବଲପୁର,୨।୧ (ବ୍ୟୁରୋ)- ବୁର୍ଲା ନିକଟ ବସନ୍ତପୁରରେ ସମ୍ବଲପୁର ଆଇଆଇଏମ୍‌ର ସ୍ଥାୟୀ କ୍ୟାମ୍ପସ ନିର୍ମାଣର ଶିଳାନ୍ୟାସ ଉତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚୁଆଲ ଭାବେ ଯୋଗଦେଇ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ପ୍ରଥମେ ପ୍ରଭୁ ଶ୍ରୀ ଜଗନ୍ନାଥ ଓ ମାଁ ସମଲେଇଙ୍କୁ ପ୍ରଣାମ କରିବା ସହ ଓଡିଶାବାସୀଙ୍କୁ ନୂତନବର୍ଷର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ସମ୍ବଲପୁର ଶିକ୍ଷାର ଏକ ହବ୍‌ ବୋଲି ସେ କହିଥିଲେ। ଏହାସହ ସମ୍ବଲପୁରରେ ପ୍ରାକୃତିକ ସମ୍ପଦ, ଟେକ୍ସଟାଇଲ, କଳା, ସଂସ୍କୃତି, ବୀର ସହୀଦମାନଙ୍କୁ ନେଇ ନିଜ ଅଭିଭାଷଣରେ ପ୍ରଶଂସା କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସମ୍ବଲପୁର ଆଇଆଇଏମ୍‌ରେ ସମସ୍ତ ସହଯୋଗ କରିବା ପାଇଁ ପ୍ରତିବଦ୍ଧତା ଥିବା କହିଥିଲେ । କେବଳ ସମ୍ବଲପୁର ଆଇଆଇଏମ ଶିକ୍ଷା, ବ୍ୟବସାୟ ସବୁ କ୍ଷେତ୍ରରେ ଓଡିଶା ଆଗେଇ ଚାଲିଛି । ଏହି କେନ୍ଦ୍ରୀୟ ଅନୁଷ୍ଠାନ ନିର୍ମାଣ ଯୋଗୁ ସେ ଆଉ ଏକ ମାଇଲଖୁଣ୍ଟ ବୋଲି କହିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, କେନ୍ଦ୍ର ସୂଚନାରାଷ୍ଟ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ , ଆଇଆଇଏମ୍‌ ପରିଚାଳନ ନିର୍ଦ୍ଦେଶକ ଅରୁନ୍ଧତି ଭଟ୍ଟାଚାର୍ଯ୍ୟ ଭର୍ଚୁଆଲରେ ଉପସ୍ଥିତ ରହିଥିଲେ। ସେହିପରି ଶିଲାନ୍ୟାସ ସ୍ଥଳରେ କେନ୍ଦ୍ର ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ସମ୍ବଲପୁର ଏମ୍‌ପି ନିତେଶ ଗଙ୍ଗଦେବ, ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର, ରେଙ୍ଗାଲି ବିଧାୟକ ନାଉରୀ ନାଏକ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri