Posted inଜାତୀୟ

ଚାଷୀଙ୍କ ଆକାଉଣ୍ଟକୁ ଗଲା ୨୧ ହଜାର କୋଟି

ଶିମ୍‌ଲା, ୧ା୬: କେନ୍ଦ୍ରରେ ଏନ୍‌ଡିଏ ସରକାରକୁ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ହିମାଚଳ ପ୍ରଦେଶ ଗସ୍ତ କରି ‘ଗରିବ କଲ୍ୟାଣ ସମ୍ମେଳନ’ରେ ଯୋଗ ଦେଇଥିଲେ। ଶିମ୍‌ଲା ଐତିହାସିକ ରିଜ୍‌ ମଇଦାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୋଦି ପ୍ରଧାନମନ୍ତ୍ରୀ କିଷାନ୍‌ ସମ୍ମାନ ନିଧି (ପିଏମ୍‌-କିଷାନ୍‌) ଯୋଜନାରେ ଦେଶର ୧୦ କୋଟିରୁ ଉର୍ଦ୍ଧ୍ୱ ଚାଷୀଙ୍କ ଆକାଉଣ୍ଟକୁ ୨୧ ହଜାର କୋଟି ଟଙ୍କା ରିଲିଜ୍‌ କରିଛନ୍ତି। ଚାଷୀଙ୍କୁ ଆର୍ଥିକ ସହାୟତାର ଏହା ଏକାଦଶ କିସ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ହିତାଧିକାରୀଙ୍କ ସହ ଭର୍ଚୁଆଲ ମାଧ୍ୟମରେ କଥା ହୋଇଥିଲେ।
ଏକ ବିଶାଳ ରାଲିକୁ ସମ୍ବୋଧନ କରି ମୋଦି କହିଥିଲେ, ୨୦୧୪ ପୂର୍ବରୁ ଦୁର୍ନୀତି ସରକାରଙ୍କ ଅଭିନ୍ନ ଅଙ୍ଗ ଥିଲା। ଟଙ୍କା ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ତାହାକୁ ଲୁଟ୍‌ କରାଯାଉଥିଲା। କିନ୍ତୁ ତାଙ୍କ ସରକାରରେ ଦୁର୍ନୀତି ପାଇଁ କାହାରିକୁ ସୁଯୋଗ ଦିଆଯାଇନାହିଁ। ବିଭିନ୍ନ ଯୋଜନାରେ କେନ୍ଦ୍ର ସରକାର ୨୨ ଲକ୍ଷ କୋଟି ଟଙ୍କା ସିଧାସଳଖ ଭାବେ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଏଥିସହ ପୂର୍ବାପେକ୍ଷା ଏବେ ଭାରତର ସୀମା ଅଧିକ ସୁରକ୍ଷିତ ହୋଇଥିବା ମୋଦି କହିଥିଲେ। ଏବେ ଭାରତ ଅଭାବ ପାଇଁ ନୁହେଁ ବରଂ ଆଧୁନିକତା ପାଇଁ ଜଣାଯିବ ବୋଲି ପ୍ରଧାନମନ୍ତ୍ରୀ ରାଲିରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୬ ଘଣ୍ଟାରେ ଜ୍ଞାନେଶ କୁମାରଙ୍କୁ ୩ ବଡ଼ ଆଶ୍ୱସ୍ତି, ନୀରବ ରହି ମଜବୁତ କଲେ ନିଜ ସ୍ଥିତି

ନୂଆଦିଲ୍ଲୀ,୨୮।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଗତ କିଛି ଦିନ ହେବ ରାଜନୀତି ସରଗରମ ରହିଛି। ସେପ୍ଟେମ୍ବର ୨୩ରେ ପ୍ରକାଶିତ ଏକ ରିପୋର୍ଟରେ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?