୯ କୋଟି କୃଷକଙ୍କୁ ମାର୍ଚ୍ଚରେ ମିଳିବ ୨୨ତମ କିସ୍ତି! ହେଲେ ଅଟକି ଯାଇପାରେ ଆପଣଙ୍କ ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୨: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ହିତାଧିକାରୀମାନେ ଗତ ତିନି ମାସ ହେବ ୨୨ତମ କିସ୍ତିକୁ ଅପେକ୍ଷା କରିଛନ୍ତି। ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଆଧିକାରିକ ତାରିଖ ଘୋଷଣା କରାଯାଇ ନ ଥିଲେ ମଧ୍ୟ, ସଦ୍ୟତମ ସୂଚନା ଅନୁଯାୟୀ ଏହି ଟଙ୍କା ମାର୍ଚ୍ଚ ୨୦୨୬ ସୁଦ୍ଧା ଚାଷୀଙ୍କ ଖାତାକୁ ଆସିପାରେ। ପୂର୍ବରୁ ହୋଲି ପୂର୍ବରୁ ଏହି କିସ୍ତି ମିଳିବ ବୋଲି ଚର୍ଚ୍ଚା ହେଉଥିଲା।

ଉଲ୍ଲେଖଯୋଗ୍ୟ ଯେ, ୨୪ ଫେବୃଆରୀ ୨୦୧୯ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଏହି ଯୋଜନା ଏବେ ୭ ବର୍ଷ ପୂରଣ କରିଛି। ଏହି ଅବସରରେ ସରକାର କହିଛନ୍ତି ଯେ, “ଅନ୍ନଦାତାଙ୍କ ସମ୍ମାନ ହିଁ ଦେଶର ପ୍ରକୃତ ପରିଚୟ”। କୋଟି କୋଟି ଚାଷୀଙ୍କ ପାଇଁ ଏହି ଯୋଜନା ଏକ ବଡ଼ ସହାରା ପାଲଟିଛି। ବିନା କୌଣସି ମଧ୍ୟସ୍ଥିରେ ଚାଷୀଙ୍କ ଖାତାକୁ ବାର୍ଷିକ ୬,୦୦୦ ଟଙ୍କା ସିଧାସଳଖ ପଠାଯାଉଛି।

ସାଧାରଣତଃ ଏହି ଯୋଜନାରେ ଚାଷୀଙ୍କୁ ୩ଟି କିସ୍ତିରେ ବାର୍ଷିକ ୬,୦୦୦ ଟଙ୍କା ମିଳିଥାଏ। କିନ୍ତୁ ଏଥର ବିହାରର ଚାଷୀମାନେ ୨,୦୦୦ ବଦଳରେ ୩,୦୦୦ ଟଙ୍କା ପାଇବେ। ବିହାର ଅର୍ଥମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ସେଠାକାର ଚାଷୀଙ୍କୁ ଏଣିକି ବାର୍ଷିକ ୯,୦୦୦ ଟଙ୍କା ପ୍ରଦାନ କରାଯିବ।

ଏହି କାରଣରୁ ଅଟକିପାରେ ଆପଣଙ୍କ ଟଙ୍କା?
ଯଦି ଆପଣ ନିମ୍ନଲିଖିତ କାମ କରିନାହାନ୍ତି, ତେବେ ୨୨ତମ କିସ୍ତି ପାଇବାରେ ସମସ୍ୟା ହୋଇପାରେ:

eKYC: ଯେଉଁ ଚାଷୀମାନେ eKYC କରିନାହାନ୍ତି, ସେମାନଙ୍କ ଟଙ୍କା ଅଟକିଯିବ।
ଫାର୍ମର ଆଇଡି (Farmer ID): ନୂତନ ନିୟମ ଅନୁଯାୟୀ ଫାର୍ମର ଆଇଡି ପ୍ରସ୍ତୁତ କରିବା ଅର୍ନିବାର୍ଯ୍ୟ।
ମନେ ରଖନ୍ତୁ:ଗତ ନଭେମ୍ବର ୨୦୨୫ରେ ୨୧ତମ କିସ୍ତି ଜରିଆରେ ୯ କୋଟି ଚାଷୀଙ୍କୁ ୧୮,୦୦୦ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ଏବେ ସମସ୍ତଙ୍କ ନଜର ମାର୍ଚ୍ଚ ମାସ ଉପରେ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?