Posted inଜାତୀୟ

ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୧୫ ତମ କିସ୍ତି, ଜାଣନ୍ତୁ ଆପଣ ଲାଭ ପାଇବେ କି ନାହିଁ

ନୂଆଦିଲ୍ଲୀ,୨୪।୧୦: ଦେଶର କୋଟି କୋଟି କୃଷକ ଭାରତ ସରକାରଙ୍କ ଉଚ୍ଚାଭିଳାଷୀ ଯୋଜନା ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ଉପକୃତ ହେଉଛନ୍ତି । ପ୍ରତିବର୍ଷ ଏହି ଯୋଜନା ଅଧୀନରେ ୬ ହଜାର ଟଙ୍କା କୃଷକଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଥାଏ। ୬ ହଜାର ଟଙ୍କାକୁ ଗୋଟିଏ ବର୍ଷରେ ତିନି କିସ୍ତିରେ ଜାରି କରାଯାଏ। ପ୍ରତ୍ୟେକ କିସ୍ତି ଅନୁଯାୟୀ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ପଠାଯାଏ। ବର୍ତ୍ତମାନ ପର୍ଯ୍ୟନ୍ତ କୃଷକମାନେ ସମୁଦାୟ ୧୪ କିସ୍ତିର ଲାଭ ପାଇଛନ୍ତି। ୧୪ କିସ୍ତି ପାଇବା ପରେ କୃଷକମାନେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ ତମ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ କିସାନ ଯୋଜନାର ୧୫ ତମ କିସ୍ତି ବିଷୟରେ ଏକ ଅପଡେଟ୍‌ ଆସିଛି। ଜାଣନ୍ତୁ ଭାରତ ସରକାର କେବେ ପ୍ରଧାନମନ୍ତ୍ରୀ କିସାନ ଯୋଜନାର ୧୫ ତମ ଦେବେ।

ମିଡିଆ ରିପୋର୍ଟ ଅନୁଯାୟୀ, ସରକାର ନଭେମ୍ବର ମାସରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାର ୧୫ ତମ କିସ୍ତି ଜାରି କରିପାରନ୍ତି। ସୂଚନାଯୋଗ୍ୟ ଯେ କିସ୍ତି ଟଙ୍କା ରିଲିଜ ସମ୍ପର୍କରେ ସରକାର ଏ ପର୍ଯ୍ୟନ୍ତ କୌଣସି ସରକାରୀ ଘୋଷଣା କରିନାହାଁନ୍ତି।

ଯଦି ଆପଣ ଜାଣିବାକୁ ଚାହାଁନ୍ତି ଆପଣଙ୍କ ଆକାଉଣ୍ଟକୁ ଟଙ୍କା ଆସିବ କି ନାହିଁ? ଏ ବିଷୟରେ ଜାଣିବା ପାଇଁ, ହିତାଧିକାରୀ ତାଲିକାରେ ତୁମର ନାମ ଯାଞ୍ଚ କରିବାକୁ ପଡ଼ିବ। ଏଥିପାଇଁ ସର୍ବପ୍ରଥମେ ପିଏମ କିସାନର ଅଫିସିଆଲ ଓ୍ବେବସାଇଟ pmkisan.gov.inରେ ଦେଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri