Posted inଜାତୀୟ

PM Kisan Yojana: ଚାଷୀଙ୍କ ସଞ୍ଚୟ ଖାତାଙ୍କୁ ୧୨ ହଜାର ଯିବା ନେଇ ସଂସଦରେ କ’ଣ କହିଲେ ସରକାର…

ନୂଆଦିଲ୍ଲୀ,୬।୨ : ପିଏମ-କିଷାନ ରାଶି ବାର୍ଷିକ ୬ ହଜାର ରୁ ୧୨ ହଜାର ଟଙ୍କାକୁ ବୃଦ୍ଧି କରାଯିବ କି? ସରକାର ଏହାର ଜବାବ ଦେଇଛନ୍ତି। କୃଷି ମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି ବର୍ତ୍ତମାନ ସରକାର ପିଏମ-କିସାନ ପରିମାଣକୁ ବାର୍ଷିକ ୬ ହଜାରରୁ ବୃଦ୍ଧି କରିବାକୁ କୌଣସି ପ୍ରସ୍ତାବ ନାହିଁ।

ଲୋକସଭାରେ ଲିଖିତ ପ୍ରଶ୍ନର ଉତ୍ତରରେ କୃଷି ମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି ପିଏମ-କିଷାନ ଯୋଜନା ଅନ୍ତର୍ଗତ ମହିଳା ଚାଷୀଙ୍କ ପରିମାଣ ବୃଦ୍ଧି କରିବାକୁ ମଧ୍ୟ କୌଣସି ପ୍ରସ୍ତାବ ନାହିଁ।

ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ୨୦୧୯ ରେ ଆରମ୍ଭ ହୋଇଥିଲା। ଏହା ଅଧୀନରେ ଯୋଗ୍ୟ ଚାଷୀଙ୍କୁ ପ୍ରତି ଚାରିମାସରେ ୨ ହଜାର ଟଙ୍କା ବର୍ଷକୁ ୩ଟି କିସ୍ତିରେ ପ୍ରଦାନ କରାଯାଉଛି। ବାର୍ଷିକ ମୋଟ ୬ ହଜାର ଟଙ୍କା ଆର୍ଥିକ ସୁବିଧା ଦିଆଯାଉଛି। ଏହି ପାଣ୍ଠି ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଉଛି।

ସରକାର ପିଏମ-କିଷାନ ପରିମାଣକୁ ବାର୍ଷିକ ବୃଦ୍ଧି କରିବାକୁ ଯାଉଛନ୍ତି କି ବୋଲି ପଚରାଯିବାରୁ କୃଷି ମନ୍ତ୍ରୀ କହିଛନ୍ତି ସରକାରଙ୍କ ପକ୍ଷରୁ ସେପରି କୌଣସି ପ୍ରସ୍ତାବ ଉପରେ ବିଚାର କରାଯାଉ ନାହିଁ। ସରକାର ଏପର୍ଯ୍ୟନ୍ତ ୧୫ ଟି କିସ୍ତିରେ ୧୧ କୋଟିରୁ ଅଧିକ ଚାଷୀଙ୍କୁ ୨.୮୧ ଲକ୍ଷ କୋଟିରୁ ଅଧିକ ଟଙ୍କା ପ୍ରଦାନ କରିଛନ୍ତି।

ଏହି ଯୋଜନା ବିଶ୍ୱର ସବୁଠାରୁ ବଡ ପ୍ରତ୍ୟକ୍ଷ ଲାଭ ଟ୍ରାନ୍ସଫର (ଡିବିଟି) ଯୋଜନା ମଧ୍ୟରୁ ଅନ୍ୟତମ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

ଧାନ କିଣାବିକା ମନ୍ଥର: ସପ୍ତାହରେ ଉଠିଛି ୭.୧୧ ହଜାର ପ୍ୟାକେଟ

ଅତାବିରା,୬ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ନଭେମ୍ବର ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଅତାବିରା...

ପୁଟିନଙ୍କ ଗସ୍ତରୁ ଭାରତକୁ ମିଳିଲା ବଡ଼ ଲାଭ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରି ଶୁକ୍ରବାର (ଡିସେମ୍ବର ୫, ୨୦୨୫) ମସ୍କୋ ଅଭିମୁଖେ ଯାତ୍ରା...

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri