ଖାତାକୁ ଆସିଲା ଟଙ୍କା

ଭୁବନେଶ୍ୱର,୬ା୧୦(ଅନିଲ ଦାସ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ମହାରାଷ୍ଟ୍ରର ୱାସିମ୍‌ଠାରେ ପିଏମ୍‌ କିଷାନ ସମ୍ମାନନିଧିର ୧୮ତମ କିସ୍ତି ପ୍ରଦାନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଦେଶର ୯ କୋଟି ୪୦ ଲକ୍ଷ କୃଷକଙ୍କୁ ୨୦ହଜାର କୋଟି ଟଙ୍କାରୁ ଅଧିକ ଅର୍ଥ ହସ୍ତାନ୍ତର କରାଯାଇଛି।

ଏହି ଅବସରରେ ଭୁବନେଶ୍ବରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପିଏମ୍‌ କିଷାନର ୧୮ତମ କିସ୍ତି ପ୍ରଦାନ ଉତ୍ସବକୁ ସାରା ଦେଶ ପିଏମ୍‌ କିଷାନ ଉତ୍ସବ ଦିବସ ରୂପେ ପାଳନ କରୁଛି। ଏହି ଯୋଜନା ମାଧ୍ୟମରେ ବର୍ଷକୁ ୩ଟି କିସ୍ତିରେ ୬ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଉଛି। ଏଥିରେ ଓଡ଼ିଶାର ୩୧ ଲକ୍ଷ ୫୧ ହଜାର ୭୦୦ ଚାଷୀ ଉପକୃତ ହୋଇଛନ୍ତି। ପୂର୍ବରୁ ବରଗଡ଼ରୁ ଦିଆଯାଇଥିବା ୧୭ତମ କିସ୍ତିରେ ରାଜ୍ୟର ୨୯ଲକ୍ଷରୁ ଊଦ୍ଧର୍‌ବ ଚାଷୀ ଉପକୃତ ହୋଇଥିଲେ। ପିଏମ୍‌ କିଷାନ ଯୋଜନା ସହିତ ରାଜ୍ୟ ସରକାର ସିଏମ୍‌ କିଷାନ ଯୋଜନା ମଧ୍ୟ କାର୍ଯ୍ୟକାରୀ କରିଛନ୍ତି; ଯେଉଁଥିରେ କ୍ଷୁଦ୍ର ଏବଂ ନାମମାତ୍ର ଚାଷୀଙ୍କୁ ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରାଯାଉଛି। ଏହି ଅର୍ଥ ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ ସହାୟତା ରାଶି ହସ୍ତାନ୍ତର କରାଯାଉଛି। ପିଏମ୍‌ କିଷାନ ଯୋଜନାରେ ସମସ୍ତ ଯୋଗ୍ୟ ଚାଷୀଙ୍କୁ ଅନ୍ତର୍ଭୁକ୍ତ କରାଯିବ। ଏଥିପାଇଁ ନୂଆଖାଇଠାରୁ ଏକ ୨ ମାସିଆ ସାଚୁରେସନ ଡ୍ରାଇଭ ପ୍ରୋଗ୍ରାମ ଆରମ୍ଭ କରାଯାଇଛି। ପ୍ରତି ବ୍ଲକ୍‌ ସ୍ତରରେ ଜନସେବା କେନ୍ଦ୍ର ସହାୟତାରେ ଚାଷୀମାନେ ସେମାନଙ୍କ ନାମ ପଞ୍ଜୀକରଣ ଓ ଅନ୍ୟାନ୍ୟ ଜରୁରୀ କାର୍ଯ୍ୟ ନିଃଶୁଳ୍କ କରିପାରିବେ। ରବି ଫସଲରେ ପିଏମ୍‌ କିଷାନ ସହାୟତାକୁ ଫଳପ୍ରଦ ଭାବେ ବ୍ୟବହାର କରିବାକୁ ମୁଖ୍ୟମନ୍ତ୍ରୀ କୃଷକମାନଙ୍କୁ ଅନୁରୋଧ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି, ପିଭିଟିଜି ବର୍ଗର କୃଷକ ଏବଂ ଜଙ୍ଗଲ ଅଧିକାର ଆଇନ ପଟ୍ଟାଥିବା ଜନଜାତିଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ପ୍ରସ୍ତୁତ ହେବାକୁ ଯାଉଛି। ସେମାନେ ମଧ୍ୟ ଏହି ଯୋଜନାର ଲାଭ ଓ ସୁବିଧା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri