ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଲେ ମୋଦି

ଟୋକିଓ,୨୩।୫: କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଯାଇଛନ୍ତି। ଦୁଇ ଦିନିଆ ଜାପାନ ଗସ୍ତର ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ଜାପାନର ପ୍ରମୁଖ ବ୍ୟବସାୟୀଙ୍କୁ ଭେଟିଛନ୍ତି।
ଜାପାନର ବ୍ୟବସାୟୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ ସମ୍ପର୍କରେ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଅରିନ୍ଦମ ବାଗଚି ଏକ ଟୁଇଟରେ କହିଛନ୍ତି, ପ୍ରଧାନମନ୍ତ୍ରୀ ଟୋକିଓରେ ଏନ୍‌ଇସି ନିଗମର ଚେୟାରମ୍ୟାନ ଡକ୍ଟର ନୋବୁହୁରୋ ଏଣ୍ଡୋଙ୍କୁ ଭେଟିଛନ୍ତି। ପାରସ୍ପରିକ କଥାବାର୍ତ୍ତା ସମୟରେ ପ୍ରଧାନମନ୍ତ୍ରୀ ଭାରତର ଟେଲିକମ କ୍ଷେତ୍ରରେ ଏନ୍‌ଇସିର ଭୂମିକାକୁ ପ୍ରଶଂସା କରିଥିଲେ ଏବଂ ଭାରତରେ ନୂତନ ପ୍ରଯୁକ୍ତିବିଦ୍ୟାରେ ସୁଯୋଗ ବିଷୟରେ ଆଲୋଚନା କରିଥିଲେ। ଭାରତରେ ବ୍ୟବସାୟ କରିବାର ରାସ୍ତାକୁ ଅଧିକ ସୁଗମ କରିବା ପାଇଁ ମୋଦି ଏବଂ ଏନଇସି ମୁଖ୍ୟ ଅନେକ ସଂସ୍କାର ଉପରେ ଆଲୋଚନା କରିଥିଲେ।
ଜାପାନର ସର୍ବବୃହତ ଟେକ୍ସଟାଇଲ ବ୍ରାଣ୍ଡ ୟୁନିକ୍ଲୋର ସିଇଓ ତଦାସି ୟାନାଇଙ୍କ ସାକ୍ଷାତ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଟୁଇଟ କରାଯାଇଛି। ଏହି ସାକ୍ଷାତ ସମୟରେ ୟାନାଇ ଭାରତୀୟମାନଙ୍କର ଉଦ୍ୟୋଗୀ ମନୋଭାବକୁ ପ୍ରଶଂସା କରିଥିଲେ। ୟାନାଇଙ୍କ ସହ ଏହି ବୈଠକରେ କପଡ଼ା ଉଦ୍ୟୋଗକୁ ଅଧିକ ଶକ୍ତିଶାଳୀ କରିବା ଲକ୍ଷ୍ୟରେ ପିଏମ-ମିତ୍ର ଯୋଜନାରେ ଭାଗ ନେବାକୁ ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି….

ଲକ୍ଷ୍ନୌ,୯ା୧୦: ଉତ୍ତରପ୍ରଦେଶର ନୋଏଡାସ୍ଥିତ ଜେୱର ଏୟାରପୋର୍ଟର ନାମ ପରିବର୍ତ୍ତନ କରାଯିବ । ଏହାର ନାମ ‘ନରେନ୍ଦ୍ର ମୋଦି ଇଣ୍ଟରନ୍ୟାସନାଲ ଏୟାରପୋର୍ଟ’ ରଖିବାକୁ ଉତ୍ତରପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି।…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?