Posted inଜାତୀୟ

ମା’ଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ: ସୋମବାର ଦେବେ ଭୋଟ

ଅହମ୍ମଦାବାଦ,୪।୧୨: ଆସନ୍ତାକାଲି ଗୁଜରାଟରେ ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୋଟଦାନର ଗୋଟି, ଦିନ ପୂର୍ବରୁ ସେ ଗୁଜରାଟରେ ପହଞ୍ଚିଛନ୍ତି। ପ୍ରଥମେ ନରେନ୍ଦ୍ର ମୋଦି ତାଙ୍କ ମା’ ହୀରାବେନଙ୍କୁ ଭେଟିବା ପାଇଁ ଗାନ୍ଧିନଗରରେ ପହଞ୍ଚିଛନ୍ତି। କାର୍ଯ୍ୟସୂଚୀ ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦି ଅହମ୍ମଦାବାଦର ସାବରମତି ବିଧାନସଭା ନିର୍ବାଚନମଣ୍ଡଳୀରେ ଥିବା ରାନିପାନି ନିଶାନ ବିଦ୍ୟାଳୟରେ ଭୋଟ ଦେବେ। ପ୍ରଧାନମନ୍ତ୍ରୀ ସାବରମତି ବିଧାନସଭା ଆସନର ଭୋଟର। ଏଥି ସହ ତାଙ୍କ ମା’ ହୀରାବେନ ଗାନ୍ଧିନଗରରେ ନିଜର ଭୋଟ ଦେବେ।
ଡିସେମ୍ବର ୫ରେ ଗୁଜରାଟ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସୋମବାର ସକାଳ ୮ ଟାରୁ ଆରମ୍ଭ ହେବ। ୯୩ଟି ଆସନରେ ମତଦାନ ପ୍ରକ୍ରିୟା ଚାଲିବ। ଏହି ପର୍ଯ୍ୟାୟରେ ମୋଟ ୮୩୩ ଜଣ ପ୍ରାର୍ଥୀ ଅଛନ୍ତି। ସେଥିରେ ଭାଜପା, କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି ମଧ୍ୟରେ ଏକ ତ୍ରିକୋଣୀୟ ପ୍ରତିଯୋଗିତା ହେଉଛି। ନିର୍ବାଚନର ଶେଷ ପର୍ଯ୍ୟାୟ ପୂର୍ବରୁ ଶନିବାର ପ୍ରଚାର ପ୍ରକ୍ରିୟା ମଧ୍ୟ ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡି ନିଜର ବିଜନେସ୍‌ ସାମ୍ରାଜ୍ୟ ତିଆରି କରନ୍ତି ଏହି ୨ ରାଶି, ବସ୍‌ ହେବାର ରହିଛି କ୍ୱାଲିଟି…

ଅଧିକାଂଶ ଲୋକ ଚାକିରିକୁ ଏକ ସୁରକ୍ଷିତ ବିକଳ୍ପ ବୋଲି ଭାବନ୍ତି। ପ୍ରତି ମାସରେ ଦରମା ମିଳୁଥାଉ, କାମ ଚାଲିଥାଉ ଏବଂ ରିସ୍କ (ବିପଦ) କମ ଥାଉ। ଏହି…

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ପ୍ରତି କଥାରେ ଝଗଡା କରନ୍ତି ଏହି ୩ ରାଶି, ଦେହକୁ ନେଇଯାଆନ୍ତି ଛୋଟ-ଛୋଟ କଥା…

ଆପଣଙ୍କ ସାଙ୍ଗ ମହଲରେ ମଧ୍ୟ ନିଶ୍ଚୟ ଏମିତି କେହି ଥିବେ, ଯିଏ ଛୋଟ କଥାକୁ ନେଇ ଯୁକ୍ତିତର୍କ (ତର୍କ-ବିତର୍କ) ଆରମ୍ଭ କରିଦିଅନ୍ତି। କଥା ସରିବା ବଦଳରେ ଲମ୍ୱା…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

ଜନ୍ମାଷ୍ଟମୀରେ ମହାସଂଯୋଗ: ଚମକିବ ୫ ରାଶିର ଭାଗ୍ୟ, କାହ୍ନାଙ୍କ କୃପାରେ ହୋଇଯିବେ ମାଲାମାଲ!

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପର୍ୱ ଚଳିତ ବର୍ଷ ୪ ସେପ୍ଟେମ୍ୱରରେ ଶ୍ରଦ୍ଧା ଓ ଉଲ୍ଲାସର ସହିତ ପାଳିତ ହେବ। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବର ଏହି ଦିନ ଧାର୍ମିକ ଆସ୍ଥା…

ବୁଧ-ମଙ୍ଗଳଙ୍କ ଯୋଗରେ ୪ ରାଶିଙ୍କ ଖୋଲିବ ଭାଗ୍ୟ, ୨ଗୁଣା କରିବେ ଇନକମ୍‌! ମାସେ ଯାଏ ଧନଯୋଗ…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳବାର ୧ ସେପ୍ଟେମ୍ୱର, ୨୦୨୬ ସଂଧ୍ୟା ୬ଟା ୪୮ ମିନିଟରୁ ବୁଧ ଏବଂ ମଙ୍ଗଳ ଗ୍ରହ ପରସ୍ପରଠାରୁ ୬୦ଓ ଦୂରତାରେ ଅବସ୍ଥାନ କରିବେ,…

ଇସ୍ତଫା ଦେଲେ ମିଶ୍‌ବା-ଉଲ-ହକ୍‌, କାହିକି ଜାଣନ୍ତୁ…

କରାଚି,୧ା୯: ଇଂଲଣ୍ଡ ଟୁର୍‌ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍‌ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ…

ୟୁକ୍ରେନ୍‌ରେ ରୁଷିଆର ଡ୍ରୋନ୍‌ ଆକ୍ରମଣ: ଭାରତୀୟଙ୍କ ସମେତ ୧୨ ମୃତ

କିଭ୍‌,୧ା୯: ୟୁକ୍ରେନ୍‌ରେ ରୁଷିଆର ଆକ୍ରମଣରେ ଜଣେ ଭାରତୀୟଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ମଙ୍ଗଳବାର କହିଛନ୍ତି। ୟୁକ୍ରେନ୍‌ର ବିଭିନ୍ନ ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri