Posted inଜାତୀୟ

ମିଛୁଆ ଲୋକ କୃଷକଙ୍କ କାନ୍ଧରେ ବନ୍ଧୁକ ରଖି ଚଲାଉଛନ୍ତି: ମୋଦି

ନୂଆଦିଲ୍ଲୀ,୨୫।୯: ଭାରତୀୟ ଜନ ସଂଗଠନର ଜନକ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ଜନ୍ମ ବାର୍ଷିକୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭାରତୀୟ ଜନତା ଦଳର କର୍ମୀଙ୍କୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି ଯେ, କରୋନା ସଙ୍କଟ ସମୟରେ ପାର୍ଟି କର୍ମକର୍ତ୍ତାମାନେ ଲୋକଙ୍କ ସେବା କରିଥିଲେ। କେହି କେହି କରୋନାରେ ସଂକ୍ରମିତ ହୋଇ ପ୍ରାଣ ହରାଇଥିଲେ। ସେମାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି ବୋଲି ସେ କହିଛନ୍ତି। କୃଷି ବିଲ ସମ୍ପର୍କରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଅତୀତରେ ଆମ ସରକାର ଯୁବକ ଓ କୃଷକଙ୍କ ପାଇଁ ଐତିହାସିକ ନିଷ୍ପତ୍ତି ନେଇଛନ୍ତି। ସରକାର ଲୋକଙ୍କ ଜୀବନରେ ଯେତେ କମ ହସ୍ତକ୍ଷେପ କରିବେ ସେତେ ଭଲ ହେବ। ସ୍ବାଧୀନତାର ବହୁ ବର୍ଷ ପର୍ଯ୍ୟନ୍ତ କୃଷକଙ୍କ ନାମରେ ଅନେକ ସ୍ଲୋଗାନ ଦିଆଯାଇଥିଲା, କିନ୍ତୁ ସେଗୁଡିକ କେବଳ ସ୍ଲୋଗାନରେ ହିଁ ରହିଯାଇଥିଲା। କ୍ଷୁଦ୍ର ଚାଷୀମାନେ କୃଷି ବିଲରୁ ଅଧିକ ଲାଭବାନ ହେବେ। ବର୍ତ୍ତମାନ ଚାଷୀମାନେ ଫସଲକୁ ଯେକୌଣସି ସ୍ଥାନରେ ବିକ୍ରି କରିପାରିବେ। ଯେଉଁଠାରେ ଚାଷୀଙ୍କୁ ଅଧିକ ମୂଲ୍ୟ ମିଳିବ, ସେ ସେଠାରେ ବିକ୍ରୟ କରିପାରିବେ। ଭାଜପା କର୍ମୀ କୃଷକମାନଙ୍କୁ ସହଜ ଭାଷାରେ ଏହାକୁ ବୁଝାଇବାକୁ ପଡ଼ିବ। ଯେଉଁମାନେ ଚାଷୀଙ୍କୁ ମିଛ କହୁଛନ୍ତି, ସେମାନେ କୃଷକଙ୍କ କାନ୍ଧରେ ବନ୍ଧୁକ ରଖି ଚଲାଉଛନ୍ତି। ଏହି ଲୋକମାନେ ମିଥ୍ୟା ପ୍ରଚାର କରି ଚାଷୀଙ୍କୁ ପ୍ରତାରଣା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri