Posted inଜାତୀୟ

ଏପ୍ରିଲ ୨୧ରେ ରାଷ୍ଟ୍ରକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୮।୪: ଶିଖ୍‌ ଗୁରୁ ତେଗ ବାହାଦୂର ସାହିବଙ୍କ ୪୦୦ତମ ପ୍ରକାଶ ପର୍ବ ତଥା ଜନ୍ମ ବାର୍ଷିକୀ ଅବସରରେ ଏପ୍ରିଲ ୨୧ରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନବମ ଶିଖ୍‌ ଗୁରୁ ଶ୍ରୀ ଗୁରୁ ତେଗ ବାହାଦୂର ସାହିବଙ୍କ ପ୍ରକାଶ ପର୍ବକୁୁ ଉତ୍ସର୍ଗୀକୃତ କରାଯାଇ ଲାଲ କିଲାରେ ୨ଦିନିଆ ସମାଗମ ଆୟୋଜିତ ହେବାକୁ ଯାଉଛି। ଏପ୍ରିଲ୨୦ ଓ ୨୧ରେ ଏକ ଭବ୍ୟ ସମାରୋହ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମକୁ କେନ୍ଦ୍ର ସରକାର ଆୟୋଜନ କରିବେ ଏବଂ ଦିଲ୍ଲୀ ଗୁରୁଦ୍ୱାରା କମିଟି ଏହାକୁ ସମ୍ପୂର୍ଣ୍ଣ ସହଯୋଗ କରିବ ବୋଲି ଜଣାପଡ଼ିଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ସମାପନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଏପ୍ରିଲ ୨୧ରେ ପ୍ରଧାନମନ୍ତ୍ରୀ ଏହି ସମାଗମର ସମାପନ ସମାରୋହରେ ଅଂଶଗ୍ରହଣ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶକୁ ସମ୍ବୋଧିତ କରିବେ। ତାଙ୍କର ସମ୍ବୋଧନ ପୁରା ଦେଶ ପାଇଁ ହେବ। ଏନେଇ ସୋମବାର ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କୁହାଯାଉଛି ସେହି ସମୟରେ ମୋଦି ଶିଖ୍‌ ସମ୍ପ୍ରଦାୟ ଲୋକଙ୍କୁ ପାଇଁ କିଛି ବିଶେଷ ବାର୍ତ୍ତା ଦେଇପାରନ୍ତି। ଏତଦ୍‌ ବ୍ୟତୀତ ମୋଦି ଏକ ସ୍ମାରକୀୟ ମୁଦ୍ରା ଓ ଡାକ ଷ୍ଟାମ୍ପ୍‌ ମଧ୍ୟ ଜାରି କରିବେ। ଅନ୍ୟପଟେ ଏହା ପ୍ରଥମ ଥର ଯେଉଁଠି ପ୍ରଧାନମନ୍ତ୍ରୀ ମୋଦି ଏକ ଧାର୍ମିକ କାର୍ଯ୍ୟକ୍ରମରେ ଲାଲ କିଲାରୁ ଦେଶକୁ ସମ୍ବୋଧିତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri