Posted inଜାତୀୟ

ଭୋକରେ ରହିବେ ନାହିଁ ଦେଶର କୌଣସି ଗରିବ ଭଉଣୀ-ଭାଇ: ମୋଦି

ନୂଆଦିଲ୍ଲୀ,୩୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନାକୁ ନଭେମ୍ବର ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହାସହ ଗୋଟିଏ ଦେଶ ଗୋଟିଏ ରାଶନ କାର୍ଡ କଥା ମଧ୍ୟ କହିଛନ୍ତି ମୋଦି। ଆଜି ଯଦି ସରକାର ଗରିବଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ପାରୁଛନ୍ତି ତେବେ ଏହାର ସମସ୍ତ ଶ୍ରେୟ କୃଷକ ଓ ସଚ୍ଚୋଟ କରଦାତାଙ୍କ ପାଇଁ ଏହା ସମ୍ଭବ ହୋଇ ପାରିଛି ବୋଲି ସେ କହିଛନ୍ତି। ତେଣୁ କୃଷକ, କରଦାତାଙ୍କୁ ସେ ଅନ୍ତରୁରୁ ଧନ୍ୟବାଦ ଜଣାଇଛନ୍ତି। ତେବେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଆସନ୍ତା ଦୀପାବଳୀ ଓ ଛଟ ପୂଜା ପର୍ଯ୍ୟନ୍ତ ଚାଲିବ ଅର୍ଥାତ୍‌ ନଭେମ୍ବର ଶେଷ ପର୍ଯ୍ୟନ୍ତ ଚାଲିବ। ଏଥିରେ ପ୍ରତ୍ୟେକ ପରିବାରକୁ ପ୍ରତିମାସରେ ୫ କିଲୋଗ୍ରାମ ଗହମ ବା ଚାଉଳ ଓ ୧ କିଲୋ ଡାଲି ମାଗଣାରେ ଯୋଗାଇ ଦିଆଯିବ। ଏଥିପାଇଁ ୯୦ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ ହେବ। ପୂର୍ବରୁ ମଧ୍ୟ ଏଥିପାଇଁ ୧.୫ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ବୋଲି ମୋଦି କହିଛନ୍ତି। କରୋନା ମହାମାରୀକୁ ନେଇ ମୋଦି କହିଛନ୍ତି, ଗାଁ ମୁଖିଆ ହୁଅନ୍ତୁ ଅବା ଦେଶର ପ୍ରଧାନମନ୍ତ୍ରୀ ନିୟମର ଉପରେ କେହି ନୁହେଁ। ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ନିୟମର କଡାକଡି ପାଳନ କରାଯାଉଥିଲା। ହେଲେ ଅନ୍‌ଲକ୍‌ ହେବା ପରେ ଲୋକେ ଏକ ପ୍ରକାର ବେପରୁଆ ହୋଇଯାଇଛନ୍ତି। ଉଦାହରଣ ଦେଇ ମୋଦି କହିଥିଲେ ଆପଣମାନେ ଖବରରୁ ଜାଣିବାକୁ ପାଇଥିବେ ଯେ ଗୋଟିଏ ଦେଶର ପ୍ରଧାନମନ୍ତ୍ରୀ ମାସ୍କ ନ ପିନ୍ଧି ସର୍ବସାଧାରଣ ସ୍ଥାନକୁ ଚାଲିଯିବାରୁ ତାଙ୍କ ଉପରେ ପାଖାପାଖି ୧୩ ହଜାର ଟଙ୍କାର ଜରିମାନା ଲାଗିଥିଲା। ତେଣୁ ଆଇନ ବା ନିୟମରେ ଊର୍ଦ୍ଧ୍ୱରେ କେହି ନୁହେଁ। ସେ ଆହୁରି ମଧ୍ୟ କହିଛନ୍ତି ଆମେ ଏବେ ଅନ୍‌ଲକ୍‌ ୨.୦ ଭିତରକୁ ଗତି କରୁଛେ ଏହାସହ ଥଣ୍ଡା, କାଶ, କଫର ଋତୁ ମଧ୍ୟକୁ ବି ଗତି କରୁଛେ। ତେଣୁ ଏହି ସମୟରେ ଆମେ ଆମର ଯତ୍ନ ନେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?