ପିଏମ୍‌ ମୋଦି ଦେଶବାସୀଙ୍କୁ ସମ୍ବୋଧନ ସମୟରେ କାର୍ତ୍ତିକ ଆର୍ୟନ ରଖିଲେ ଏଭଳି ପ୍ରତିକ୍ରିୟା: ସୋସିଆଲ ମିଡିଆରେ ହେଉଛି ଟ୍ରେଣ୍ଡ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ସମୟରେ ଦେଶବାସୀଙ୍କ ମନୋବଳ ବଢ଼ାଉବା ଏବଂ ଲକ୍‌ଡାଉନ୍‌ ଅବଧି ଲାଗି ନୂତନ ଘୋଷଣାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଦେଶରେ କରୋନା ସ୍ଥତି ଏବଂ ପ୍ରଧାନମନ୍ତ୍ରୀ ଗାରିବ କଲ୍ୟାଣ ଅନ୍ନ ଯୋଜନା ବିଷୟରେ ଏକ ନୂତନ ଘୋଷଣା କରିଥିଲେ। ପିଏମ୍‌ଙ୍କ ସମ୍ବୋଧନକୁ ନେଇ ଫିଲ୍ମ ତାରକାମାନେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି।
ବଲିଉଡ ଅଭିନେତା କାର୍ତ୍ତିକ ଆର୍ୟନ ଏହି ସମୟରେ ଏକ ଭିନ୍ନ ପତିକ୍ରିୟା ଦେଇଛନ୍ତି। ଯେଉଁଥି ପାଇ ସେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛନ୍ତି।

ବାସ୍ତବରେ, ପ୍ରଧାନମନ୍ତ୍ରୀ ସମ୍ବୋଧନ ସମୟରେ କାର୍ତ୍ତିକ ସୋସିଆଲ ମିଡିଆରେ ନିଜର ଏକ ବିଶେଷ ଫଟୋ ଶେୟାର କରିଥିଲେ। ଏହି ଚିତ୍ରରେ ସେ ଏବଂ ତାଙ୍କ ପିତାମାତାଙ୍କୁ ଦେଖିବାକୁ ମିଳିଥିଲା। ଚିତ୍ରରେ କାର୍ତ୍ତିକଙ୍କ ମା’ ତାଙ୍କୁ ଏକ ଚାମଚରେ କିଛି ଖାଇବାକୁ ଦେଉଥିବାର ନଜର ଆସିଥିଲେ।

ଏହି ଚିତ୍ର ଶେୟାର କରି କାର୍ତ୍ତିକ ଏଭଳି ଏକ ପୋଷ୍ଟ ଲେଖିଛନ୍ତି ଯେ, ଯାହା ସାସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଛି। ସେ ଲେଖିଛନ୍ତି, ‘ଦେଶକୁ ମୋଦିଜିଙ୍କର ସମ୍ବୋଧନ ପାଇଁ ପ୍ରସ୍ତୁତି’। ତାଙ୍କ ପ୍ରଶଂସକଙ୍କ ସମେତ ଅନେକ ସୋସିଆଲ ମିଡିଆ ବ୍ୟବହାରକାରୀ କାର୍ତ୍ତିକଙ୍କ ଏହି ପୋଷ୍ଟରେ ନିଜର ପ୍ରତିକ୍ରିୟା ଦେଇଛନ୍ତି। ଚିତ୍ରଟି ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଏବଂ ଟୁଇଟର ଆକାଉଣ୍ଟରେ ସେ ଶେୟାର କରିଛନ୍ତି।

ଯେତେବେଳେ କାର୍ତ୍ତିକଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଟ୍ରେଣ୍ଡ କରିବା ଆରମ୍ଭ କରିଥିଲା, ସେତେବେଳେ ସେ ଏହା ଉପରେ ନିଜର ପ୍ରତିକ୍ରିୟା ଦେଇଥିଲେ। ଅଭିନେତା ଟୁଇଟରରେ ଲେଖିଛନ୍ତି, ‘କିଛି କୁହ, କାର୍ତ୍ତିକ ଆର୍ୟନ ଟ୍ରେଣ୍ଡ ଦେଖିବାରେ ମଜା ଆସିଥାଏ। କାର୍ତ୍ତିକ ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଟନ୍ତି। ସେ ନିଜ ପ୍ରଶଂସକଙ୍କ ସହ ଯୋଡି ହେବା ପାଇଁ ବାରମ୍ବାର ମଜାଳିଆ ଚିତ୍ର ଏବଂ ଭିଡିଓ ମଧ୍ୟ ସେୟାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri