Posted inଜାତୀୟ

ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି ତେଲେଙ୍ଗାନାର ଜନତା: ମୋଦି

ହାଇଦ୍ରାବାଦ୍‌,୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହାଇଦ୍ରାବାଦର ପ୍ୟାରେଡ ଗ୍ରାଉଣ୍ଡରେ ଭାଜପାର ବିଜୟ ସଙ୍କଳ୍ପ ଜନସଭାକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ତେଲେଙ୍ଗାନାର ଲୋକମାନେ କଠିନ ପରିଶ୍ରମ ପାଇଁ ଜଣାଶୁଣା। ରାଜ୍ୟବାସୀଙ୍କ ପାଖରେ ବହୁତ ପ୍ରତିଭା ଅଛି। ତେଲେଙ୍ଗାନା ଇତିହାସ ଏବଂ ସଂସ୍କୃତି ପାଇଁ ମଧ୍ୟ ଜଣାଶୁଣା। ଏହାର କଳା ଏବଂ ସ୍ଥାପତ୍ୟ ଆମ ସମସ୍ତଙ୍କ ପାଇଁ ଗର୍ବର ବିଷୟ। ଗତ ୮ ବର୍ଷ ମଧ୍ୟରେ ଆମେ ପ୍ରତ୍ୟେକ ଭାରତୀୟଙ୍କ ଜୀବନରେ ଏକ ସକରାତ୍ମକ ପରିବର୍ତ୍ତନ ଆଣିବାକୁ ଚେଷ୍ଟା କରିଛୁ। ଦେଶବାସୀଙ୍କ ଜୀବନକୁ କିପରି ସହଜ କରାଯାଇପାରିବ, ବିକାଶର ଲାଭ ପ୍ରତ୍ୟେକ ବ୍ୟକ୍ତି, ପ୍ରତ୍ୟେକ କ୍ଷେତ୍ରରେ କିପରି ପହଞ୍ଚିବ ସେଥିପାଇଁ ଆମେ ନିରନ୍ତର କାର୍ଯ୍ୟ କରିଛୁ। ତେଲେଙ୍ଗାନାରେ ଭାଜପାକୁ ଜନସାଧାରଣଙ୍କ ସମର୍ଥନ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଗ୍ରେଟର ହାଇଦ୍ରାବାଦ ନିର୍ବାଚନରେ ଆମେ ଏହାର ଆଉ ଏକ ଝଲକ ଦେଖିବାକୁ ମିଳିଥିଲା। ଏଥିରୁ ଏହା ସ୍ପଷ୍ଟ ହୋଇଛି ଯେ ଏଠାରେ ଲୋକମାନେ ଏକ ଡବଲ ଇଞ୍ଜିନ ସରକାର ଚାହୁଁଛନ୍ତି।
ଏହି ସମୟରେ ଭାଜପା ରାଷ୍ଟ୍ରୀୟ ସଭାପତି ଜେପି ନଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri