Posted inଜାତୀୟ

ରାହୁଲଙ୍କୁ ଟାର୍ଗେଟ୍‌ କଲେ ମୋଦି, କହିଲେ ଛଟ୍‌ପଟ୍‌ ହେଉଛନ୍ତି କଂଗ୍ରେସ ନେତା

ନୂଆଦିଲ୍ଲୀ, ୨ା୭: ସଂସଦରେ ଲୋକସଭା ଅଧିବେଶନ ଜାରି ରହିଛି । ଆଜିର ଗୃହ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ଏନ୍‌ଡିଏର ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଏମ୍‌ପିମାନଙ୍କୁ ସମ଼୍େବାଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଆପଣମାନଙ୍କୁ ଭଲ ବ୍ୟବହାର କରିବା ଆବଶ୍ୟକ । ଜଣେ ଚା ବିକାଳି କିପରି ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଗଲା ସେଥିପାଇଁ କଂଗ୍ରେସ ନେତା ଛଟପଟ ହେଉଛନ୍ତି । ଏଥିସହିତ ରାହୁଲ ଗାନ୍ଧିଙ୍କ ବ୍ୟବହାରକୁ ଖରାପ ଦର୍ଶାଇ ଏନ୍‌ଡିଏ ଏମ୍‌ପିମାନଙ୍କୁ ସେ କହିଛନ୍ତି ଯେ, ଆପଣମାନେ ତାଙ୍କ ଭଳି ବ୍ୟବହାର ନକରି ଭଲ ଆଚରଣ କରନ୍ତୁ । କୌଣସି ମୁଦ୍ଦା ଉପରେ ବିସ୍ତାର ଭାବେ କହିବାକୁ ଚେଷ୍ଟା କରନ୍ତୁ ଏବଂ କହିବା ପୂର୍ବରୁ ପଢ଼ିକରି ଆସନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି ।

ଏନ୍‌ଡିଏର ବୈଠକରେ ସେ ଆହୁରି କହିଛନ୍ତି ଯେ, ସେମାନେ ପିଏମ୍‌ ସଂଗ୍ରହାଳୟ ଯିବା ଜରୁରୀ ଏବଂ ସେଠାରେ ପୂର୍ବ ସରକାରଙ୍କ କାର୍ଯ୍ୟକଳାପ ଜାଣିବା ଆବଶ୍ୟକ । ଏମ୍‌ପିମାନେ ନିଜ ନିଜ କ୍ଷେତ୍ରର ଜନସାଧାରଣଙ୍କ ସହିତ ସମ୍ପର୍କରେ ରହିବା ସହ କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ପ୍ରତ୍ୟେକ ଯୋଜନା ବିଷୟରେ ସେମାନଙ୍କୁ ଜଣାଇବାକୁ ସେ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରୁ ଛାତ୍ରୀଙ୍କ ମୃତଦେହ ଜବତ ମାମଲା: ବନ୍ଧା ହେଲେ ବିଶ୍ୱଜିତ୍‌

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜ ହଷ୍ଟେଲରେ ଛାତ୍ରୀ ବୁଗୁଡା ଘୋଡ଼ାପଡ଼ା ଗ୍ରାମର ଶୃତି ଭୋଳଙ୍କ ସନ୍ଦେହଜନକ ମୃତ୍ୟୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri