Posted inଜାତୀୟ

ସିଞ୍ଜୋ ଆବେଙ୍କୁ ଗୁଳିମାଡ ଘଟଣାରେ ଦୁଃଖ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ/ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। । ଜାପାନ ନାରା ସହରରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ସିଞ୍ଜୋ ଆବେଙ୍କ ଉପରକୁ ଜଣେ ବ୍ୟକ୍ତି ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଗୁଳିମାଡ ପରେ ତାଙ୍କର ହୃଦଘାତ ମଧ୍ୟ ହୋଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସିଞ୍ଜୋ ଆବେ ଜଣେ ଲୋକପ୍ରିୟ ନେତା ଥିଲେ। ସେ ବିଶ୍ୱର ସମସ୍ତ ଦେଶର ନେତାଙ୍କ ସହ ବହୁତ ଭଲ ସମ୍ପର୍କ ରଖିଥିଲେ। ସେଥିପାଇଁ ତାଙ୍କ ଉପରେ ହୋଇଥିବା ଏହି ଆକ୍ରମଣ ବିଷୟରେ ସାରା ବିଶ୍ୱରୁ ନେତାମାନେ ଟୁଇଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି।
ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଞ୍ଜୋ ଆବେଙ୍କ ମଧ୍ୟରେ ବନ୍ଧୁତା ଭଲ ରହିଛି। ଆବେଙ୍କ ଉପରେ ଆକ୍ରମଣ ପରେ ମୋଦି ଟୁଇଟ୍‌ କରି ଲେଖିଛନ୍ତି, ମୋର ପ୍ରିୟ ବନ୍ଧୁ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣରେ ମୁଁ ଅତ୍ୟନ୍ତ ଦୁଃଖିତ। ଆମର ସମବେଦନା ଏବଂ ପ୍ରାର୍ଥନା ସିଞ୍ଜୋ ଆବେ, ତାଙ୍କ ପରିବାର ଏବଂ ଜାପାନର ଲୋକମାନଙ୍କ ସହିତ ଅଛି।
ସିଞ୍ଜୋ ଆବେଙ୍କ ଉପରେ ହୋଇଥିବା ଆକ୍ରମଣ ବିଷୟରେ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ଗୁଳିମାଡ। ଏହା ଏକ ଆଶ୍ଚର୍ଯ୍ୟଜନକ ଖବର। ତାଙ୍କ ପରିବାର ଏବଂ ଜାପାନବାସୀଙ୍କୁ ଆମର ସମବେଦନା।
ଆମେରିକାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ହୋଇଥିବା ହିଂସାତ୍ମକ ଆକ୍ରମଣ ବିଷୟରେ ଶୁଣି ଆମେ ଆଶ୍ଚର୍ଯ୍ୟ ଏବଂ ଦୁଃଖିତ। ଆମେ ରିପୋର୍ଟ ଉପରେ ତୀକ୍ଷ୍ଣ ନଜର ରଖିଛୁ। ତାଙ୍କ ପରିବାର ଏବଂ ଜାପାନବାସୀଙ୍କୁ ଆମର ସମବେଦନା।
ସିଞ୍ଜୋ ଆବେ ଜାପାନରେ ସବୁଠୁ ଅଧିକ ଦିନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଛନ୍ତି। ୨୦୦୬-୦୭, ୨୦୧୨-୨୦୨୦ ଯାଏ ସେ ଜାପାନର ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri