Posted inଜାତୀୟ

ସିଞ୍ଜୋ ଆବେଙ୍କୁ ଗୁଳିମାଡ ଘଟଣାରେ ଦୁଃଖ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ/ଟୋକିଓ,୮।୭: ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କୁ ଶୁକ୍ରବାର ଗୁଳିମାଡ଼ ହୋଇଛି। । ଜାପାନ ନାରା ସହରରେ ଏକ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ସିଞ୍ଜୋ ଆବେଙ୍କ ଉପରକୁ ଜଣେ ବ୍ୟକ୍ତି ଗୁଳିମାଡ଼ କରିଥିବା ସୂଚନା ମିଳିଛି। ଗୁଳିମାଡ ପରେ ତାଙ୍କର ହୃଦଘାତ ମଧ୍ୟ ହୋଇଥିଲା। ଏବେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ସିଞ୍ଜୋ ଆବେ ଜଣେ ଲୋକପ୍ରିୟ ନେତା ଥିଲେ। ସେ ବିଶ୍ୱର ସମସ୍ତ ଦେଶର ନେତାଙ୍କ ସହ ବହୁତ ଭଲ ସମ୍ପର୍କ ରଖିଥିଲେ। ସେଥିପାଇଁ ତାଙ୍କ ଉପରେ ହୋଇଥିବା ଏହି ଆକ୍ରମଣ ବିଷୟରେ ସାରା ବିଶ୍ୱରୁ ନେତାମାନେ ଟୁଇଟ୍‌ କରି ଦୁଃଖ ପ୍ରକାଶ କରିଛନ୍ତି।
ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସିଞ୍ଜୋ ଆବେଙ୍କ ମଧ୍ୟରେ ବନ୍ଧୁତା ଭଲ ରହିଛି। ଆବେଙ୍କ ଉପରେ ଆକ୍ରମଣ ପରେ ମୋଦି ଟୁଇଟ୍‌ କରି ଲେଖିଛନ୍ତି, ମୋର ପ୍ରିୟ ବନ୍ଧୁ ଆବେ ସିଞ୍ଜୋଙ୍କ ଉପରେ ହୋଇଥିବା ଆକ୍ରମଣରେ ମୁଁ ଅତ୍ୟନ୍ତ ଦୁଃଖିତ। ଆମର ସମବେଦନା ଏବଂ ପ୍ରାର୍ଥନା ସିଞ୍ଜୋ ଆବେ, ତାଙ୍କ ପରିବାର ଏବଂ ଜାପାନର ଲୋକମାନଙ୍କ ସହିତ ଅଛି।
ସିଞ୍ଜୋ ଆବେଙ୍କ ଉପରେ ହୋଇଥିବା ଆକ୍ରମଣ ବିଷୟରେ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ କହିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ଗୁଳିମାଡ। ଏହା ଏକ ଆଶ୍ଚର୍ଯ୍ୟଜନକ ଖବର। ତାଙ୍କ ପରିବାର ଏବଂ ଜାପାନବାସୀଙ୍କୁ ଆମର ସମବେଦନା।
ଆମେରିକାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ, ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ଉପରେ ହୋଇଥିବା ହିଂସାତ୍ମକ ଆକ୍ରମଣ ବିଷୟରେ ଶୁଣି ଆମେ ଆଶ୍ଚର୍ଯ୍ୟ ଏବଂ ଦୁଃଖିତ। ଆମେ ରିପୋର୍ଟ ଉପରେ ତୀକ୍ଷ୍ଣ ନଜର ରଖିଛୁ। ତାଙ୍କ ପରିବାର ଏବଂ ଜାପାନବାସୀଙ୍କୁ ଆମର ସମବେଦନା।
ସିଞ୍ଜୋ ଆବେ ଜାପାନରେ ସବୁଠୁ ଅଧିକ ଦିନ ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଛନ୍ତି। ୨୦୦୬-୦୭, ୨୦୧୨-୨୦୨୦ ଯାଏ ସେ ଜାପାନର ପ୍ରଧାନମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?