ମୋଦି-ପୁଟିନ୍‌ଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ

ସମରକନ୍ଦ,୧୬।୯: ଉଜ୍‌ବେକିସ୍ତାନର ସମରକନ୍ଦ ସହରରେ ସଂଘାଇ ସହଯୋଗ ସଂଗଠନ(ଏସ୍‌ସିଓ) ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏହି ସମ୍ମିଳନୀରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଯୋଗଦେଇଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ସାକ୍ଷାତକାର କରିଛନ୍ତି। ଏହାପରେ ମୋଦି ଓ ପୁଟିନ୍‌ଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ତେବେ ଏହି ସମୟରେ ୨ରାଷ୍ଟ୍ର ନେତାଙ୍କ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା ହୋଇପାରେ ବୋଲି ଚର୍ଚ୍ଚା ହେଉଛି। ଏହାପୂର୍ବରୁ ମୋଦି ତୁର୍କୀ ରାଷ୍ଟ୍ରପତିଙ୍କୁ ସାକ୍ଷାତକାର କରିଥିଲେ।

Share