ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ/ଲଣ୍ଡନ,୨୩ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି । ଦୁଇ ନେତା ୟୁକ୍ରେନ୍ ସ୍ଥିତିକୁ ନେଇ ବିସ୍ତୃତ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଶୀଘ୍ର ଶେଷ କରିବାକୁ କଥାବାର୍ତ୍ତା ଓ କୁଟନୀତି ସ୍ତରକୁ ଫେରିବାକୁ ଭାରତର ଲଗାତାର ଅପିଲକୁ ଦୋହରାଇଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ମିଳିିବା ସୂଚନା ଅନୁଯାୟୀ, ସମକାଳିନ ବିଶ୍ୱ ବ୍ୟବସ୍ଥାର ଆଧାରରେ ଅନ୍ତରାଷ୍ଟୀୟ ଆଇନ ଓ ସମସ୍ତ ଦେଶର କ୍ଷେତ୍ରୀୟ ଅଖଣ୍ଡତା ଓ ସଂପ୍ରଭୁତା ସମ୍ପର୍କରେ ଭାରତର ଧାରଣା ଉପରେ ଜୋର ଦେଇଥିଲେ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବୋରିସ ଜନସନ ଦ୍ୱିପାକ୍ଷିକ ହିତକୁ ନେଇ ଆଲୋଚନା କରିବା ସହ ବ୍ୟବସାୟ, ପ୍ରାଦ୍ୟୋଗିକ, ନିବେଶ, ପ୍ରତିରକ୍ଷା ଓ ସୁରକ୍ଷା ଏହାସହ ଲୋକଙ୍କ ମଧ୍ୟରେ ସମ୍ପର୍କ ସହିତ ବିଭିନ୍ନ କ୍ଷେତ୍ରରେ ସହଯୋଗକୁ ଆହୁରି ଦୃଢ କରିବା କ୍ଷମତା ଉପରେ ସହମତି ପ୍ରକାଶ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦି ଦ୍ୱିପାକ୍ଷିକ ମୁକ୍ତ ବ୍ୟବସାୟ ବୁଝାମଣା ଉପରେ ଚାଲୁଥିବା ବାର୍ତ୍ତାର ସକରାତ୍ମକ ଗତିକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ଲଣ୍ଡନ,୯ା୬: ଇଂଲଣ୍ଡ ଅଧିନାୟକ ବେନ୍‌ ଷ୍ଟୋକ୍ସ ଓ ତାଙ୍କ ଟିମ୍‌ମେଟ୍‌ ଗସ୍‌ ଆଟକିନସନ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ କ୍ରିକେଟରୁ ବାଦ୍‌ ପଡ଼ିଛନ୍ତି। ଦଳର ପ୍ରୋଟୋକଲ ଭଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri