Posted inଜାତୀୟ

ଅଳିଆ ଗାଡିରୁ ମିଳିଲା ମୋଦି-ଯୋଗୀଙ୍କ ଫଟୋ: ସଫେଇ କର୍ମଚାରୀ ବହିଷ୍କୃତ

ମଥୁରା,୧୮।୭: ଉତ୍ତରପ୍ରଦେଶ ମଥୁରାର ଜଣେ ସଫେଇ କର୍ମଚାରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଫଟୋ ଅଳିଆ ଗାଡିରେ ନେବା ମହଙ୍ଗା ପଡିଛି। ଶେଷରେ ତାଙ୍କ ଚାକିରି ଯାଇଛି।
ମଥୁରା ମ୍ୟୁନିସିପାଲିଟି କର୍ପୋରେଶନର ଜଣେ ଚୁକ୍ତିଭିତ୍ତିକ କର୍ମଚାରୀ ଠେଲା ଅଳିଆ ଗାଡିରେ କିଛି ଜିନିଷ ନେଇ ଯାଉଥିଲେ। ଏହି ସମୟରେ ସ୍ଥାନୀୟ କିଛି ଲୋକ ତାଙ୍କୁ ଅଟକାଇଥିଲେ। ଅଳିଆରେ ଯୋଗୀ ଓ ମୋଦିଙ୍କ ଫଟୋ ଥିବା ଦେଖି ସେମାନେ କର୍ମଚାରୀଙ୍କୁ ତାଗିଦା କରିଥିଲେ। ଏହାର ଜବାବରେ କର୍ମଚାରୀ ଜଣଙ୍କ କହିଥିଲେ, ଏହି ଘଟଣା ସହ ମୋର କିଛି ବି ମନ୍ଦ ଉଦ୍ଦେଶ୍ୟ ନାହିଁ। ଏହି ଫଟୋଗୁଡିକ ଅଳିଆ ହୋଇ ପଡିଥିବାରୁ ମୁଁ ଅନ୍ୟ ଅଳିଆ ପରି ଫଟୋଗୁଡିକ ମଧ୍ୟ ଗାଡିରେ ଭର୍ତ୍ତି କରି ନେଉଥିଲି।
ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଜୁଲାଇ ୧୭ରେ ଭିଡିଓ ଭାଇରାଲ ପରେ ମଥୁରା ମ୍ୟୁନିସିପାଲ କର୍ପୋରେଶନରେ କାମ କରୁଥିବା ଉକ୍ତ ସଫେଇ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ମଥୁରା-ବୃନ୍ଦାବନର ନଗର ନିଗମର ଅତିରିକ୍ତ ପୌରପାଳିକା କମିଶନର ସତ୍ୟେନ୍ଦ୍ର କୁମାର ତିୱାରୀ କହିଛନ୍ତି, ସଫେଇ କର୍ମଚାରୀ ଜଣଙ୍କ ଅଜାଣତରେ ଫଟୋଗୁଡିକ ଅଳିଆ ଗାଡିରେ ରଖିଥିଲେ। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ତେବେ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପରେ ସୋସିଆଲ ମିଡିଆରେ ଏହାକୁ ନିନ୍ଦା କରାଯାଉଛି। ଜଣେ ନିରୀହ ସାଧାରଣ କର୍ମଚାରୀଙ୍କୁ ଚାକିରିରୁ ବହିଷ୍କାର କରିବା ଆଦୌ ଠିକ୍‌ ନୁହେଁ, ସେ ତାଙ୍କ କାର୍ଯ୍ୟ କରିଛନ୍ତି ବୋଲି ୟୁଜର୍ସ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri