Posted inଜାତୀୟ

ଉତ୍ତରାଖଣ୍ଡ ବସ୍‌ ଦୁର୍ଘଟଣା: ଦୁଃଖପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଡେରାଡୁନ୍‌,୫।୬: ଉତ୍ତରାଖଣ୍ଡରେ ରବିବାର ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଟୁଇଟ୍‌ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଉତ୍ତରାଖଣ୍ଡରେ ବସ ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ ଅଟେ। ଏଥିରେ, ଯେଉଁମାନେ ନିଜର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୁଁ ଗଭୀର ସମବେଦନା ଜଣାଉଛି। ରାଜ୍ୟ ସରକାରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି।
ଏହାସହ ପ୍ରଧାନମନ୍ତ୍ରୀ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଏହା ସହ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ।
ସୂଚନାଯୋଗ୍ୟ, ଯମୁନୋତ୍ରୀ ବୁଲିବା ପାଇଁ ବସ୍‌ରେ ଯାତ୍ରୀମାନେ ଯାଉଥିଲେ। ଯମୁନୋତ୍ରୀ ନ୍ୟାଶନାଲ୍‌ ହାଇଓ୍ବେର ଡାମଟା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ପ୍ରାୟ ୨୦୦ ମିଟର ଗଭୀର ଏକ ଖାଲକୁ ଖସିପଡିଥିଲା। ସୂଚନା ପାଇ ଘଟଣାସ୍ଥଳରେ ଏସ୍‌ଡିଆର୍‌ଏଫ୍‌ କର୍ମଚାରୀ ପହଞ୍ଚି ଉଦ୍ଧା କାର୍ଯ୍ୟ ଜାରି ରଖିଛନ୍ତି। ଏହି ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିବା ଅନୁମାନ କରାଯାଉଛି। ସମସ୍ତ ଯାତ୍ରୀ ମଧ୍ୟ ପ୍ରଦେଶର ବୋଲି ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

ମହୁମାଛି ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ବାଲିଗୁଡ଼ା,୨୬।୫: କନ୍ଦମାଳ ଜିଲା ଖଜୁରିନାଳ ସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମହୁମାଛି ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଯୁବକଙ୍କ…

୪୧ ବର୍ଷ ବୟସରେ ଯମଜ ସନ୍ତାନର ମା’ ହେଲେ ଦିବ୍ୟଙ୍କା: ସ୍ବାମୀ କହିଲେ…

ଟିଭିର ସବୁଠାରୁ ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟଙ୍କା ତ୍ରିପାଠୀ ମା’ ହୋଇଛନ୍ତି। ତାଙ୍କ ସ୍ବାମୀ ବିବେକ ଦାହିୟା ପ୍ରଶଂସକଙ୍କ ସହ ଏହି ଖୁସି ଖବର ବାଣ୍ଟିଛନ୍ତି। ଦିବ୍ୟଙ୍କା ୪୧…

କାହିଁକି ବିଜୟଙ୍କୁ ଈର୍ଷା କରୁଛନ୍ତି ପବନ କଲ୍ୟାଣ! ଅସଲ କଥା ଖୋଲି କହିଲେ ଉପ ମୁଖ୍ୟମନ୍ତ୍ରୀ

ଚେନ୍ନାଇ,୨୬।୫: ତାମିଲନାଡୁ ରାଜନୀତି କ୍ଷେତ୍ରରେ, ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ଜବରଦସ୍ତ ବିଜୟ ଏବେ ଅନ୍ୟ ରାଜ୍ୟର ନେତାମାନଙ୍କ ମଧ୍ୟରେ ମଧ୍ୟ ଆଲୋଚନାର ବିଷୟ ପାଲଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri