Posted inଜାତୀୟ

‘ଜନସାଧାରଣଙ୍କଠାରୁ ଲୁଟ୍ ହୋଇଥିବା ପ୍ରତ୍ୟେକ ଟଙ୍କା ଫେରସ୍ତ କରିବାକୁ ପଡିବ …’, ଆଉ ଏକ ଗ୍ୟାରେଣ୍ଟି ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ,୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଜନତାଙ୍କୁ ଆଉ ଏକ ଗ୍ୟାରେଣ୍ଟି ଦେଇଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ସୋସିଆଲ ମିଡ଼ିଆ ପ୍ଲାର୍ଟଫର୍ମ ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ”ଜନସାଧାରଣଙ୍କଠାରୁ ଯାହା ଲୁଟ୍ ହୋଇଛି, ଗୋଟିଏ ଗୋଟିଏ ଟଙ୍କା ଫେରସ୍ତ କରିବାକୁ ପଡ଼ିବ, ଏହା ହେଉଛି ମୋଦିର ଗ୍ୟାରେଣ୍ଟି।” ଝାଡ଼ଖଣ୍ଡର ପୂର୍ବତନ କଂଗ୍ରେସ ରାଜ୍ୟ ସଭା ଏମପି ଧୀରଜ ସାହୁଙ୍କ ବିଭିନ୍ନ ଘରେ ଆୟକର ବିଭାଗ ଚଢ଼ାଉ ସମ୍ପର୍କିତ ସୋସିଆଲ ମିଡିଆରେ ଏହି ଖବର ସେୟାର କରି ପ୍ରଧାନମନ୍ତ୍ରୀ ଏହା କହିଛନ୍ତି।

ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ”ଦେଶବାସୀ ଏହି ଟଙ୍କାର ପାହାଡ଼କୁ ଦେଖିବା ଉଚିତ ଏବଂ ତା’ପରେ ସେମାନଙ୍କ ନେତାଙ୍କ ସଚ୍ଚୋଟ ‘ବକ୍ତବ୍ୟ’ ଶୁଣିବା ଉଚିତ୍ …. ଜନସାଧାରଣଙ୍କଠାରୁ ଲୁଟ୍ ହୋଇଥିବା ପ୍ରତ୍ୟେକ ଟଙ୍କା ଫେରାଇବାକୁ ପଡ଼ିବ ଏହା ହେଉଛି ମୋଦିର ଗ୍ୟାରେଣ୍ଟି।”

ସୂଚନାଯୋଗ୍ୟ, ଝାଡ଼ଖଣ୍ଡରୁ କଂଗ୍ରେସ ରାଜ୍ୟ ସଭା ଏମପି ଥିବା ଧୀରଜ ସାହୁଙ୍କର ବିଭିନ୍ନ ସ୍ଥାନରେ ଥିବା ଘରେ ଏବଂ ବ୍ୟବସାୟ ପ୍ରତିଷ୍ଠାନରେ ଆୟକର ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ଏପର୍ଯ୍ୟନ୍ତ ୨୦୦ କୋଟି ଟଙ୍କା ନଗଦ ନୋଟ ଆକାରରେ ମିଳିଥିବା କୁହାଯାଉଛି। ଏହି ସମୟରେ ବିପୁଳ ପରିମାଣର ଟଙ୍କା ଜବତ ହେଉଥିବାରୁ ଆୟକର ବିଭାଗ ବଡ଼ ବଡ଼ ମେସିନ ବ୍ୟବହାର କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଏବେ ମାଗଣାରେ ହେବ ନାମଲେଖା, ପରୀକ୍ଷା

ଭୁବନେଶ୍ୱର,୨୧।୧: ରାଜ୍ୟରେ ଶିକ୍ଷା ହାର ବଢ଼ାଇବା ଏବଂ ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି।...

ଏହି ଜିଲାର ଶିକ୍ଷା ଅଧିକାରୀଙ୍କ ବିରୋଧରେ ଗିରଫ ପରୱାନା ଜାରି କଲେ ହାଇକୋର୍ଟ

କଟକ,୨୧ା୧: ଦୁଇ ଆଇଏଏସ’ଙ୍କୁ ଗିରଫ ୱାରେଣ୍ଟ ପରେ ବୁଧବାର ଜଣେ ଜିଲା ଶିକ୍ଷାଧିକାରୀଙ୍କୁ ୱାରେଣ୍ଟ ଜାରି କରିଛନ୍ତି ଓଡିଶା ହାଇକୋର୍ଟ। ଅଦାଲତ ଅବମାନନା ମାମଲାରେ ଢେଙ୍କାନାଳ...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri