ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍‌ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି, ମୁଁ ତୃତୀୟ ପର୍ଯ୍ୟାୟର ସମସ୍ତ ଭୋଟରଙ୍କୁ ସର୍ବାଧିକ ସଂଖ୍ୟାରେ ଭୋଟ ଦେବାକୁ ଏବଂ ଏକ ନୂତନ ଭୋଟ ରେକର୍ଡ ସୃଷ୍ଟି କରିବାକୁ ଅନୁରୋଧ କରୁଛି। ଆପଣ ସମସ୍ତଙ୍କର ସକ୍ରିୟ ଅଂଶଗ୍ରହଣ ଗଣତନ୍ତ୍ରର ଏହି ପର୍ବର ସୌନ୍ଦର୍ଯ୍ୟକୁ ଆହୁରି ବଢାଇବ।
ସୂଚନାଯୋଗ୍ୟ,୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪, ମହାରାଷ୍ଟ୍ରର ୧୧, ଉତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୯, ଛତିଶଗଡ଼ର ୭, ବିହାରର ୫, ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏ, ଗୋଆ ଏବଂ ଦାଦ୍ରା ନଗର ହାଭେଲି ଓ ଡାମନର ୨ଟି ଲେଖାଏ ଆସନରେ ଭୋଟ ଚାଲିଛି। ୧୭ କୋଟିରୁ ଊର୍ଦ୍ଧ୍ୱ ମତଦାତା ୧ ଲକ୍ଷ ୮୫ ହଜାର ଭୋଟକେନ୍ଦ୍ରରେ ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ଅଛନ୍ତି ବରିଷ୍ଠ ଭାଜପା ନେତା ଅମିତ୍‌ ଶାହା, ମନସୁଖ ମାଣ୍ଡବ୍ୟ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ପ୍ରହଲ୍ଲାଦ ଜୋଷୀ, ଶିବରାଜ ସିଂ ଚୌହାନ, ବାସବରାଜ ବୋମାଇ, କଂଗ୍ରେସ ନେତା ଦିଗବିଜୟ ସିଂ, ସମାଜବାଦୀ ପାର୍ଟିର ଡିମ୍ପଲ ଯାଦବ ଏବଂ ଏନ୍‌ସିପି(ଏସ୍‌ପି) ନେତ୍ରୀ ସୁପ୍ରିୟା ସୁଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri