Posted inଜାତୀୟ

ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୯।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଯୁବକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଛନ୍ତି। ନୂତନ ଭାବେ ନିଯୁକ୍ତ ପ୍ରାର୍ଥୀମାନେ ବର୍ତ୍ତମାନ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ଏବଂ ବିଭାଗରେ କାର୍ଯ୍ୟ କରିବେ। ୪୦ରୁ ଅଧିକ ସ୍ଥାନରୁ ଏହି ନିଯୁକ୍ତି ମେଳାରେ ଦେଶର ହଜାର ହଜାର ଯୁବକଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି, ଯେଉଁମାନଙ୍କୁ ସରକାରୀ ଚାକିରିରେ ନିଯୁକ୍ତି ପତ୍ର ଦିଆଯାଇଛି।

ନିଯୁକ୍ତି ମେଳାକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଆଜି ଧନତେରସ ପର୍ବ ଏବଂ ଏଥର ଦୀପାବଳିର ପର୍ବ ଅତ୍ୟନ୍ତ ସ୍ବତନ୍ତ୍ର କାରଣ ୫୦୦ ବର୍ଷ ପରେ ଭଗବାନ ଶ୍ରୀ ରାମ ଅଯୋଧ୍ୟାରେ ତାଙ୍କ ମହାନ ମନ୍ଦିରରେ ବସିଛନ୍ତି। ନିଜ ମନ୍ଦିରରେ ବସିବା ପରେ ତାଙ୍କର ପ୍ରଥମ ଦୀପାବଳି ପର୍ବର ଏହି ଉତ୍ସବ ସ୍ବତନ୍ତ୍ର ।

ଏହି ନିଯୁକ୍ତି ମେଳା କାର୍ଯ୍ୟକ୍ରମ ୨୨ ଅକ୍ଟୋବର ୨୦୨୨ରୁ ଚାଲିଆସୁଛି ଏବଂ ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ପ୍ରସାଦ କହିଛନ୍ତି ଯେ ନିଯୁକ୍ତି ମେଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦି ଏକ ବଟନ ଦବାଇ ୫୧ହଜାରରୁ ଅଧିକ ଲୋକଙ୍କୁ ସରକାରୀ ଚାକିରିରେ ଯୋଗଦେବାରେ ଯାତ୍ରା ପୂରା କରିଛନ୍ତି। । ଏକାସାଙ୍ଗରେ ଏତେ ସଂଖ୍ୟକ ଲୋକଙ୍କୁ ରୋଜଗାର ଯୋଗାଇବାର ଏହି ଶୁଭ କାର୍ଯ୍ୟକ୍ରମ ଆଜି ଧନତେରସ ଦିନରେ ଶେଷ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଗିଲେସ୍ପିଙ୍କ ବଡ଼ ବୟାନ: ପାକିସ୍ତାନ କ୍ରିକେଟ କୋଚ୍‌ ପଦବୀ ଛାଡ଼ିବାର କହିଲେ କାରଣ…

କରାଚୀ,୨ା୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଜାସନ ଗିଲେପ୍ସିଙ୍କୁ କାହିଁକି ପାକିସ୍ତାନ କ୍ରିକେଟ ଦଳର କୋଚ୍‌ ପଦବୀ ଛାଡ଼ିବାକୁ ପଡ଼ିଥିଲା, ସେ ତାହାର କାରଣ ଦର୍ଶାଇଛନ୍ତି। ସୋସିଆଲ...

ବିଚ୍ଛିନ୍ନତାବାଦୀଙ୍କ ଶିବିର ଉପରେ ଏୟାରଷ୍ଟ୍ରାଇକ୍‌: ୭ ମୃତ ୨୦ରୁ ଊର୍ଦ୍ଧ୍ୱ ଆହତ

ଦୁବାଇ,୨ା୧: ପୂର୍ବ ୟେମେନ୍‌ରେ ଥିବା ବିଚ୍ଛିନ୍ନତାବାଦୀଙ୍କ କ୍ୟାମ୍ପ ଉପରେ ସାଉଦି ଆରବ ନେତୃତ୍ୱରେ ଶୁକ୍ରବାର ମିଳିତ ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିବା...

ନାବାଳିକା ନାତୁଣୀଙ୍କୁ ବଳାତ୍କାର କରି ମାରିଥିଲେ ଅଜାଙ୍କୁ: ଏବେ ଦୁଇଜଣ ଗଲେ ଜେଲ୍

ଦିଗପହଣ୍ଡି,୨|୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ  ସିନ୍ଧବା ଗ୍ରାମର ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ  ଗୁରୁବାର ସକାଳେ ଗାଁ ଦାଣ୍ଡରେ ବିଭତ୍ସ...

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri