Posted inଜାତୀୟ

ଆପଣମାନେ ଯେଉଁ ଭଲପାଇବା ଆଉ ଆଶୀର୍ବାଦ ଦେଇଛନ୍ତି, ସୁଧମୂଳ ସହ ଫେରାଇବି: ମୋଦି

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳର ପ୍ରଚାର ବି ସେତିକି ଆଗକୁ ଆଗକୁ ବଢି ଚାଲିଛି। ଏଥର ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଯୋରଦାର ଟକ୍କର ଦେଖିବାକୁ ମିଳିଛି। ଏହି କ୍ରମରେ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବେଙ୍ଗାଲୁରୁରେ ରୋଡ ଶୋ’ କରିବା ପରେ ଶିବମୋଗାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ମୋଦି ‘ଭାରତ ମାତା କି ଜୟ’ ଓ ‘ବଜରଙ୍ଗ ବଲି କି ଜୟ’ ବୋଲି କହିଥିଲେ। ମୋଦି କହିଥିଲେ ରବିବାର ନିଟ ପରୀକ୍ଷା ଥିବାରୁ ଆମେ ରୋଡ ଶୋ’କୁ ଶୀଘ୍ର ଶେଷ କରିଛୁ। କୌଣସି ବି ରାଜନୈତିକ ଦଳ ଏତେ ଶୀଘ୍ର ଜନସଭା କରିବାକୁ ସାହସ କରିବେ ନାହିଁ।
ସେ କହିଛନ୍ତି, ଶିବମୋଗାର ଏହି ମାଟିରେ ମୁଁ ସମ୍ପୂର୍ଣ୍ଣ କର୍ନାଟକକୁ ବିଶ୍ୱାସ ଦେବାକୁ ଚାହୁଁଛି, ଅସଲ ଗ୍ୟାରେଣ୍ଟି ଦେବାକୁ ଚାହୁଁଛି କି ଆପଣମାନେ ମୋତେ ଯେଉଁ ଭଲପାଇବା ଦେଇଛନ୍ତି, ଆପଣମାନେ ମୋତେ ଯେଉଁ ଆଶୀର୍ବାଦ ଦେଇଛନ୍ତି, ମୁଁ କର୍ନାଟକର ବିକାଶ କରି ଆପଣଙ୍କୁ ଏହାର ସୁଧମୂଳ ସହ ଫେରାଇବି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ବନ୍ୟା: ୮ଜଣଙ୍କ ମୃତ୍ୟୁ, ୮ ନିଖୋଜ

କୋଚି,୨।୮: କେରଳରେ ଭୀଷଣ ବର୍ଷା ଫଳରେ ଭୂସ୍ଖଳନ ଓ ବନ୍ୟା ଯୋଗୁ ୮ ଜଣଙ୍କ ପ୍ରାଣହାନି ଘଟିଛି। ଏପରକି ୮ଜଣ ନିଖୋଜ ଥିବା ବେଳେ ୧୩ ଆହତ…

ଦାଦନ ଦୁଃଖ… ଗୋଟିଏ ସପ୍ତାହରେ ୨ ଶ୍ରମିକଙ୍କ ମୃତ୍ୟୁ, ଦାରିଙ୍ଗବାଡିରେ ଉଦବେଗ

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ ହାଇଦ୍ରାବାଦରେ ମୃତ୍ୟୁ ହୋଇଛି । ମୃତକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା…

CJPର ବିକ୍ଷୋଭ; ଜନ୍ତରମନ୍ତରରେ ବାଧା ପାଇଁ ଚାଲିଥିଲା ଆତଙ୍କବାଦୀ ଯୋଜନା, ହମିମ୍‌ ମଣ୍ଡଳଙ୍କ ବାନ୍ଧବୀ ଅର୍ପିତା ସର୍କାର ଗିରଫ

କୋଲକାତା,୨।୮: ପଶ୍ଚିମବଙ୍ଗ ପୋଲିସର ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ ସହ ଜଡ଼ିତ ଏକ ସନ୍ଦିଗ୍ଧ ମାମଲାରେ ବଡ଼ ଖୁଲାସା କରିଛି । STFର ଆଇଜି ଗୌରବ…

ଚିପ୍ସ ପ୍ୟାକେଟ୍‌ରେ ଥିବା ଖେଳନା ବଲ୍‌ ଗିଳି ଦେଲେ ଶିଶୁ, ଆଉ ତା’ପରେ…

ବେଙ୍ଗାଲୁରୁ,୨ା୮: କର୍ନାଟକର ମହୀଶୂର ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୫ ବର୍ଷର ଜଣେ ବାଳକ କୁର୍‌କୁରେ ପ୍ୟାକେଟ୍‌ରେ ଥିବା ଛୋଟ ଖେଳନା ବଲ୍‌କୁ ଗିଳିଦେବାରୁ…

ମଙ୍ଗଳବାର ତପ୍ତପାଣି ଆସିବେ ରାଷ୍ଟ୍ରପତି, ଶ୍ରାବଣ ସୋମବାରରେ ଜଳଲାଗି ମନା

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ ସ୍ଥଳୀ ଉଷ୍ମ ପସ୍ରବଣ ତପ୍ତପାଣି ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମଙ୍ଗଳବାର ଗସ୍ତ କାର୍ଯ୍ୟକ୍ରମ ଚୂଡାନ୍ତ…

ରାତି ପାହିଲେ ଶ୍ରାବଣ ସୋମବାର, ଋଷିକୁଲ୍ୟା ନଦୀରେ କୂଳରେ ବୋଲବମ ଭକ୍ତଙ୍କ ଭିଡ଼

ଗଞ୍ଜାମ,୨।୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ନିକସ୍ଥ ଋଷିକୁଲ୍ୟା ନଦିଘାଟରେ ବୋଲବମ ଭକ୍ତଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି । ସୋମବାର ପବିତ୍ର ଶ୍ରାବଣ…

ବ୍ଲାକମେଲ ପରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣା, ଦୁଇ ଜଣଙ୍କୁ କୋର୍ଟଚାଲାଣ କଲା ପୋଲିସ

ପୁରୁଷୋତ୍ତମପୁର,୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ଗଡ଼ସାହିରେ ନାବାଳିକାଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସୂଚନା ଅନୁସାରେ, ବ୍ଲାକମେଲରେ…

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri