ମୋଦିଙ୍କ ସହିତ ଫୋନରେ କଥା ହେଲେ ବାଇଡେନ, କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୬ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଫୋନ୍ ଯୋଗେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହିତ କଥା ହୋଇଛନ୍ତି। ବାଇଡେନ ତାଙ୍କ ପକ୍ଷରୁ ଫୋନ୍ କରି ପ୍ରଧାନମନ୍ତ୍ରୀଙ୍କ ସଦ୍ୟ ସମାପ୍ତ ୟୁକ୍ରେନ ଗସ୍ତ ଏବଂ ବାଂଲାଦେଶ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ୟୁକ୍ରେନ ପ୍ରସଙ୍ଗରେ ଆଲୋଚନା ସମୟରେ ମୋଦି ଭାରତର ସମାନ ଦାବିକୁ ଦୋହରାଇ ଆଲୋଚନା ଓ କୂଟନୀତି ମାଧ୍ୟମରେ ଶାନ୍ତି ପ୍ରତିଷ୍ଠା କରିବାକୁ କହିଥିଲେ। ମୋଦି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଯିଏ ୟୁକ୍ରେନ ଗସ୍ତରେ ଯାଇଥିଲେ। ସେଠାରେ ସେ ଦୁଇବର୍ଷ ହେଲା ଲାଗି ରହିଥିବା ଯୁଦ୍ଧକୁ କୂଟନୀତି ମାଧ୍ୟମରେ ଶେଷ କରିବାକୁ ଅପିଲ କରିଥିଲେ।

ସେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ କହିଥିଲେ ଯେ ଆମେ ପ୍ରଥମ ଦିନରୁ ନିରପେକ୍ଷ ନଥିଲୁ, ଆମେ ପକ୍ଷ ରଖିଛୁ ଏବଂ ଶାନ୍ତି ପାଇଁ ଦୃଢ଼ତାର ସହିତ ଠିଆ ହୋଇଛୁ।

ବାଂଲାଦେଶର ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଏବଂ ବାଇଡେନ ମଧ୍ୟ ଚିନ୍ତା ପ୍ରକଟ କରିଛନ୍ତି। ସେମାନେ ଆଇନ ଶୃଙ୍ଖଳାକୁ ପୁନଃସ୍ଥାପନ କରିବା ଏବଂ ବାଂଲାଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ବିଶେଷ କରି ହିନ୍ଦୁମାନଙ୍କ ସୁରକ୍ଷା ତଥା ନିରାପତ୍ତାକୁ ଗୁରୁତ୍ୱ ଦେବା ଉପରେ ଗୁରୁତ୍ୱାରୋପ କରିଥିଲେ।

ଶେଖ ହସିନାଙ୍କ ଇସ୍ତଫା ପରେ ତୁରନ୍ତ ବାଂଲାଦେଶର ହିନ୍ଦୁ ସଂଖ୍ୟାଲଘୁଙ୍କ ଉପରେ ହୋଇଥିବା ଆକ୍ରମଣ ଖବର ଉପରେ ଭାରତ ସରକାର ଚେତାବନୀ ଦେଇଛନ୍ତି। ତେବେ ବାଂଲାଦେଶର ନୂତନ ମଧ୍ୟବର୍ତ୍ତୀକାଳୀନ ସରକାର ଏହା କହିଛନ୍ତି ଯେ ଆଇନ ଶୃଙ୍ଖଳାକୁ ପୁନଃସ୍ଥାପିତ କରିବା ଏବଂ ସମସ୍ତ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ପାଇଁ ଏହା ପ୍ରତିଶ୍ରୁତିବଦ୍ଧ।

ପ୍ରଧାନମନ୍ତ୍ରୀ ମୋଦି ଏବଂ ଜୋ ବଆଡେନ ମଧ୍ୟ ଦ୍ୱିପାକ୍ଷିକ ସଂପର୍କରେ ଉଲ୍ଲେଖନୀୟ ଅଗ୍ରଗତିର ସମୀକ୍ଷା କରିଥିଲେ ଏବଂ ଆଲୋକପାତ କରିଥିଲେ ଯେ ଭାରତ-ଆମେରିକା ସହଭାଗୀତା ଉଭୟ ଦେଶର ଲୋକ ଏବଂ ସମଗ୍ର ମାନବିକତାକୁ ଉପକୃତ କରିବା ପାଇଁ ଉଦ୍ଦିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri