Posted inଜାତୀୟ

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନାହିଁ ମମତାଙ୍କ ସହ ଆଉ କେତେଜଣ ମୁଖ୍ୟମନ୍ତ୍ରୀ

କୋଲକାତା,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରବିବାର ୭୩ବର୍ଷ ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଇଁ ଭାଜପା ସ୍ବତନ୍ତ୍ର ପ୍ରସ୍ତୁତି ଚଳାଇଛି। ଦେଶର ବହୁ ବଡ ନେତା ତଥା ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇଥିବା ବେଳେ କେତେଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି ଯେଉଁମାନେ ଏହି ବିଶେଷ ଦିବସରେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନାହାଁନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ସମେତ ଅନେକ ବଡ ନେତା ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି, କିନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନ ଥିବା ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ସିଂ ମାନ ଅନ୍ତର୍ଭୁକ୍ତ। ତେବେ ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ଏହି ଚାରିଜଣ ବିରୋଧୀଦଳ ନେତା ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri