Posted inଜାତୀୟ

ଅନନ୍ତ ଅମ଼୍ବାନୀ-ରାଧିକାଙ୍କୁ ଆଶିର୍ବାଦ ଦେଲେ ମୋଦି

ମୁମ଼୍ବାଇ, ୧୪।୦୭: ଦେଶର ଆର୍ଥିକ ରାଜଧାନୀ ମୁମ଼୍ବାଇରେ ଜୁଲାଇ ୧୨ରେ ଅନନ୍ତ ଅମ଼୍ବାନୀ ଏବଂ ରାଧିକା ମର୍ଚାଣ୍ଟଙ୍କ ବିବାହ ସମ୍ପର୍ଣ୍ଣ ହୋଇଛି । ଏହାର ଅଗାମୀ ଦିନ ଅର୍ଥାତ ଜୁଲାଇ ୧୩ ତାରିଖରେ ନବ ଦମ୍ପତିଙ୍କ ଆଶିର୍ବାଦ ସମାରୋହ ରଖାଯାଇଥିଲା । ଏହି ସମାରୋହରେ ଦେଶର ବଡ଼ ବଡ଼ ସନ୍ଥ, ରାଜନେତା, କଳାକାର, ଖେଳାଳି ଏବଂ ବିଦେଶୀ ଅତିଥି ଯୋଗଦେଇ ଦମ୍ପତିଙ୍କୁ ଆଶିର୍ବାଦ ଦେଇଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଦୁହିଁଙ୍କୁ ଆଶିର୍ବାଦ ଦେବା ପାଇଁ ଗତକାଲି ସା ସମୟରେ ମୁମ଼୍ବାଇରେ ପହଞ୍ଚିଥିଲେ । ନୀତା ଏବଂ ମୁକେଶ ଅମ଼୍ବାନୀ ପ୍ରଧାନମନ୍ତ୍ରୀଙ୍କ ସ଼୍ବାଗତ କରିଥିଲେ । ପରେ ପ୍ରଧାନମନ୍ତ୍ରୀ ନବ ଦମ୍ପତିଙ୍କ ପାଖରେ ପହଞ୍ଚିବା ସହିତ ସେମାନଙ୍କ ବୈବାହିକ ଜୀବନର ମଙ୍ଗଳ କାମନା କରିବା ସହିତ ଆଶିର୍ବାଦ ପ୍ରଦାନ କରିଥିଲେ ।

ଆଶିର୍ବାଦ ଦେବା ପରେ ପ୍ରଧାନମନ୍ତ୍ରୀ ମଞ୍ଚରେ ବିରାଜମାନ ଦ଼୍ବାରକା ପୀଠର ଶଙ୍କରାଚାର୍ଯ୍ୟ ସ଼୍ବାମୀ ସଦାନନ୍ଦ ସରସ଼୍ବତୀ ଏବଂ ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ଼୍ବାମୀ ଅଭିମୁକ୍ତେଶ଼୍ବରାନନ୍ଦଙ୍କ ପାଖରେ ପହଞ୍ଚିଥିଲେ । ସେମାନଙ୍କୁ ପ୍ରଣୀପାତ କରିବା ସହ ଆଶିର୍ବାଦ ନେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସାସରେ ମିଳିଲା ୧୯୦ ବର୍ଷ ପୁରୁଣା ଲୁହା କମାଣ ଗୋଳା

ସାନ୍‌ ଆଣ୍ଟୋନିଓ (ଟେକ୍ସାସ),୨୭ା୬:ଆମେରିକାର ଟେକ୍ସାସ ପ୍ରଦେଶରେ ଥିବା ପ୍ରସିଦ୍ଧ ‘ଆଲାମୋ’ ଐତିହାସିକ ସ୍ଥଳରୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ଏକ ଅକ୍ଷତ ଲୁହା କମାଣ ଗୋଳା (କ୍ୟାନନ୍‌ବଲ୍‌) ପାଇଛନ୍ତି। ଏହା ୧୮୩୬…

କାହିଁକି ମିଳିଲାନି ବୈଭବ ସୂର୍ଯ୍ୟବଂଶୀଙ୍କୁ ଡେବ୍ୟୁର ସୁଯୋଗ? ନିରାଶ ହେଲେ ପ୍ରଶଂସକ

ନୂଆଦିଲ୍ଲୀ, ୨୬।୬: ଆୟରଲ୍ୟାଣ୍ଡ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ କ୍ରିକେଟ୍ ପ୍ରେମୀଙ୍କୁ ସାମାନ୍ୟ ନିରାଶ ହେବାକୁ ପଡ଼ିଛି। ଦଳର ନୂଆ ଅଧିନାୟକ ଶ୍ରେୟସ ଆୟର ଟସ୍…

ବରଗଡ଼ରେ ଚାଞ୍ଚଲ୍ୟ: ଏ-କ୍ଲାସ୍ କଣ୍ଟ୍ରାକ୍ଟରଙ୍କୁ ବନ୍ଧୁକ ମୁନରେ ଧମକ, ଥାନାରେ ଏତଲା ପରେ…

ବରଗଡ଼, ୨୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଏକ ସାଙ୍ଘାତିକ ଘଟଣା ସାମ୍ନାକୁ ଆସିଛି। ଜଣେ ଜଣାଶୁଣା ଏ-କ୍ଲାସ କଣ୍ଟ୍ରାକ୍ଟର ସୁଜୟ ଶ୍ରୀମନ୍ତ ବିଶିଙ୍କୁ ବନ୍ଧୁକ ମୁନରେ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri