ଭାରତକୁ ପ୍ରଥମ ପଦକ ମିଳିବା ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: ମନୁ ଭାକରଙ୍କ ପାଇଁ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୮।୭: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଜିତିଛନ୍ତି ମନୁଭାକର। ସେ ୧୦ ମିଟର ଏୟାର ପିସ୍ତଲରେ ପ୍ରଥମ ଭାରତୀୟ ମହିଳା ଭାବେ ପ୍ରେଞ୍ଜ ପଦକ ଜିତିଛନ୍ତି। ତାଙ୍କ ସଫଳତାରେ ଭାରତରେ ଖୁସିର ମାହୋଲ ଦେଖାଯାଇଛି। ଏଥିରେ ସାମିଲ ହୋଇନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଏକ୍ସରେ ମନୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏକ ଐତିହାସିକ ପଦକ। ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଭାରତର ପ୍ରଥମ ପଦକ ଜିତିବା ପାଇଁ ମନୁ ଭାକରଙ୍କୁ ଅଭିନନ୍ଦନ। ଏହି ସଫଳତା ଆହୁରି ସ୍ବତନ୍ତ୍ର କାରଣ ସେ ପ୍ରଥମ ମହିଳା ହୋଇ ଭାରତ ପାଇଁ ଶୁଟିଂରେ ପଦକ ଜିତିଛନ୍ତି। ଏକ ଅବିଶ୍ୱସନୀୟ ସଫଳତା।
୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ମନୁ ଭାକର ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ୨୨୧.୭ ସ୍କୋର ସହିତ ବ୍ରୋଞ୍ଜ ପଦକ ଜିତିଥିଲେ। ଫାଇନାଲରେ ମନୁ ଆରମ୍ଭରୁ ତୃତୀୟ ସ୍ଥାନ ବଜାୟ ରଖିଥିଲେ ଏହି କାର୍ଯ୍ୟକ୍ରମର ସ୍ବର୍ଣ୍ଣ ଓ ରୌପ୍ୟ ପଦକ ଦକ୍ଷିଣ କୋରିଆର ଦୁଇଜଣ ଆଥଲେଟ ଜିତିଥିଲେ। ଓହ ୟେ ଜିନ ୨୪୩.୨ ସ୍କୋର ସହିତ ସ୍ବର୍ଣ୍ଣ ପଦକ ଏବଂ କିମ ୟେଜି ୨୪୧.୩ ସ୍କୋର ସହିତ ରୌପ୍ୟ ପଦକ ଜିତିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି

ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍‌ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ…

ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍‌ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ

ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦…

କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ

କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା…

ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ

କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ…

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ

ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ…

ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…

ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ…

୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା: ୧୩ ଜିଲାକୁ ରେଡ୍‌-ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୭।୭ (ସୌମ୍ୟରଞ୍ଜନ ରାଉତ)- ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡିଶା ପଶ୍ଚିମବଙ୍ଗଠାରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ଠାରୁ…

ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!

ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri