Posted inଜାତୀୟ

ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ: ଶାହାଙ୍କୁ ସ୍ବରାଷ୍ଟ୍ର, ରାଜନାଥଙ୍କୁ ପ୍ରତିରକ୍ଷା, ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ ମିଳିଲା କେଉଁ ବିଭାଗ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ ପାଳିର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ପ୍ରଧାନମନ୍ତ୍ରୀ ମନ୍ତ୍ରୀ ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରାଳୟ ମିଳିଥିବା ବେଳେ ଅଜୟ ତାମତା ଓ ହର୍ଷ ମାଲହୋତ୍ରା ପରିବହନ ବିଭାଗ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି। ସେହିପରି ରାଜନାଥ ସିଂଙ୍କୁ ପ୍ରତିରକ୍ଷା, ଅମିତ ଶାହାଙ୍କୁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଶିବରାଜ ସିଂ ଚୌହାନଙ୍କୁ କୃଷି, ଗ୍ରାମ୍ୟ ଉନ୍ନୟନ, ନିର୍ମଳା ସୀତାରମଣଙ୍କୁ ଅର୍ଥ, ଏସ୍‌. ଜୟଶଙ୍କରଙ୍କୁ ବୈଦେଶିକ ବ୍ୟାପାର, ମନୋହର ଲାଲ ଖଟ୍ଟରଙ୍କୁ ଶକ୍ତି, ସହରାଞ୍ଚଳ ବିକାଶ ଓ ଗୃହ ନିର୍ମାଣ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ରେଳ, ସୂଚନା ଓ ପ୍ରସାରଣ, ଚିରାଗ ପାଶଓ୍ବାନଙ୍କୁ ଖାଦ୍ୟ ପ୍ରକ୍ରିୟା କରଣ ଶିଳ୍ପ ମନ୍ତ୍ରଣାଳୟ ମିଳିଛି।

ଏଚଡି କୁମାରସ୍ବାମୀଙ୍କୁ ଇସ୍ପାତ ଓ ଭାରୀ ଶିଳ୍ପ ମନ୍ତ୍ରଣାଳୟ, ପୀୟୂଷ ଗୋୟଲଙ୍କୁ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ, ଜିତନ ରାମ ମାନ୍‌ଝୀଙ୍କୁ ଏମଏସଏମଇ, ସର୍ବାନନ୍ଦ ସୋନେୱାଲଙ୍କୁ ବନ୍ଦର ଓ ଜାହାଜ ଚଳାଚଳ ମନ୍ତ୍ରଣାଳୟ, ବୀରେନ୍ଦ୍ର କୁମାରଙ୍କୁ ସମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟ, ରାମ ମୋହନ ନାଇଡୁ କିଞ୍ଜରାପ୍ପୁଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ, ଗିରିରାଜ ସିଂଙ୍କୁ ବୟନଶିଳ୍ପ ମନ୍ତ୍ରଣାଳୟ, ଜ୍ୟୋତିରାଦିତ୍ୟ ସିନ୍ଦିଆଙ୍କୁ ଟେଲିକମ ଓ ଉତ୍ତର ପୂବଆ ରାଜ୍ୟ ବିକାଶ ମନ୍ତ୍ରଣାଳୟ ମିଳିଛି।

ଭୂପେନ୍ଦ୍ର ଯାଦବଙ୍କୁ ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ, ଗଜେନ୍ଦ୍ର ସିଂହ ଶିଖାୱତଙ୍କୁ ପର୍ଯ୍ୟଟନ ଓ ସଂସ୍କୃତି, ଅନପୂର୍ଣ୍ଣା ଦେବୀଙ୍କୁ ମହିଳା ଓ ଶିଶୁ ବିକାଶ, କିରଣ ରିଜିଜୁଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ, ହରଦୀପ ସିଂ ପୁରୀଙ୍କୁ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ, ମନସୁଖ ମାଣ୍ଡଭ୍ୟଙ୍କୁ ଶ୍ରମ ସହ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ, ଜି କିଶନ ରେଡ୍ଡୀଙ୍କୁ କୋଇଲା ଓ ଖଣି ମନ୍ତ୍ରଣାଳୟ, ସିଆର ପାଟିଲଙ୍କୁ ଜଳ ଶକ୍ତି ମନ୍ତ୍ରଣାଳୟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri