Categories: ଜାତୀୟ

ଚାଲିଛି ଉପରାଷ୍ଟ୍ରପତି ମତଦାନ: ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୬।୮: ଚାଲିଛି ଉପରାଷ୍ଟ୍ରପତି ନିର୍ବାଚନ। ଭାରତର ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହା ଶନିବାର ସ୍ଥିର ହେବ। ନୂଆଦିଲ୍ଲୀର ସଂସଦ ଗୃହରେ ପୂର୍ବାହ୍ନ ୧୦ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ଏହାପରେ ଭୋଟ ଗଣତି ଆରମ୍ଭ ହେବ।
ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦ ଭବନକୁ ଆସି ନିଜ ମତ ସାବ୍ୟସ୍ତ କରିଛନ୍ତି।
ଉପରାଷ୍ଟ୍ରପତି ନିର୍ବାଚନ ଦୁଇଜଣ ପୂର୍ବତନ ରାଜ୍ୟପାଳ ପରସ୍ପର ସହ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନକରଙ୍କୁ ପ୍ରାର୍ଥୀ କରାଯାଇଥିବାବେଳେ ବିରୋଧୀ ଦଳଗୁଡ଼ିକ ରାଜସ୍ଥାନର ପୂର୍ବତନ ରାଜ୍ୟପାଳ ମାର୍ଗାରେଟ୍‌ ଆଲ୍‌ଭାଙ୍କୁ ଛିଡ଼ା କରାଇଛନ୍ତି।

Share