Posted inଜାତୀୟ

ଝୁଲାପୋଲ ଘଟଣାକୁ ନେଇ ମୋଦିଙ୍କ ଉଚ୍ଚସ୍ତରୀୟ ବୈଠକ

ଅହମଦାବାଦ,୩୧।୧୦: ଗୁଜରାଟର ମୋର୍‌ବି ସ୍ଥିତ ମାଛୁ ନଦୀରେ ରବିବାର ଏକ ୧୦୦ ବର୍ଷ ପୁରୁଣା ଝୁଲା ପୋଲ ଭୁଶୁଡ଼ିବା ଘଟଣାରେ ୧୩୪ରୁ ଉର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। ଏହି ଘଟଣାକୁ ନେଇ ଗୁଜୁରାଟର ଗାନ୍ଧୀନଗର ସ୍ଥିତ ରାଜଭବନରେ ସୋମବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବାକୁ ମୋଦି ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଉକ୍ତ ଦୁର୍ଘଟଣା ସହ ଜଡିତ ସମସ୍ତ ଦିଗ ଉପରେ ଆଲୋଚନା କରାଯାଇଥିଲା। ଅନ୍ୟପଟେ ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି ସୂଚନା ରହିଛି। ଏହି ବୈଠକରେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ, ଗୃହରାଜ୍ୟ ମନ୍ତ୍ରୀ ହର୍ଷ ସିଂଘଓ୍ବି, ଗୁଜରାଟର ମୁଖ୍ୟ ଶାସନ ସଚିବ, ଡିଜିପି ସହିତ ରାଜ୍ୟ ଗୃହ ବିଭାଗ ଏବଂ ଗୁଜୁରାଟ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri