Posted inଜାତୀୟ

କାଶୀରେ ମୋଦିଙ୍କ ପାଠଶାଳା: ୧୨ ମୁଖ୍ୟମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ

ବାରାଣସୀ,୧୪ ।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାରାଣସୀ ଗସ୍ତର ଦ୍ୱିତୀୟ ଦିନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକର ଆୟୋଜନ କରାଯାଇଛି । ମଙ୍ଗଳବାର ମୋଦି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଭାରତୀୟ ଜନତା ପାର୍ଟି(ଭାଜପା) ଶାସିତ ୧୨ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏମାନେ ସମସ୍ତ ନିଜ କାର୍ଯ୍ୟର ରିପୋର୍ଟ କାର୍ଡ ପ୍ରଧାନମନ୍ତ୍ରୀଙ୍କୁ ଦେବେ ବୋଲି ଜଣାପଡିଛି । ସୋମବାର ରାତିରେ ବି ସମସ୍ତ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କର ବୈଠକ ହୋଇଥିଲା । କ୍ରୁଜରେ ବି ମୁଖ୍ୟନ୍ତ୍ରୀମାନଙ୍କ ସହ ବିଭିନ୍ନ ବିଷୟ ଉପରେ ଚର୍ଚ୍ଚା କରାଯାଇଥିଲା । ଏହି ବୈଠକରେ ଉତ୍ତର ପ୍ରଦେଶ, ଆସାମ, ଅରୁଣାଚଳ ପ୍ରଦେଶ, ଗୋଅ. ଗୁଜରାଟ, ହରିୟାଣା, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ମଧ୍ୟପ୍ରଦେଶ, କର୍ନାଟକ, ମଣିପୁର ଓ ତ୍ରିପୁରାର ମୁଖ୍ୟମନ୍ତ୍ରୀମାନେ ଯୋଗ ଦେବେ ।
ଏହାସହ ବିହାର ଓ ନାଗାଲାଣ୍ଡର ଉପମୁଖ୍ୟମନ୍ତ୍ରୀମାନେ ବି ଏହି ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକ ସକାଳ ୯ଟାରୁ ଆରମ୍ଭ ହୋଇ ଦିନ ୩ଟା ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି । ମଧ୍ୟାହ୍ନ ଭୋଜନ ମୋଦି ମୁଖ୍ୟମନ୍ତ୍ରୀମାନଙ୍କ ସହ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri