Posted inଜାତୀୟ

ପ୍ରୋଫାଇଲ୍‌ ଫଟୋ ‘ତ୍ରିରଙ୍ଗା’ ରଖିଲେ ମୋଦି

ନୂଆଦିଲ୍ଲୀ,୨।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ୍‌ ଫଟୋକୁ ପରିବର୍ତ୍ତନ କରିଛନ୍ତି। ସେ ଫ୍ରୋଫାଇଲ୍‌ ଫଟୋ ଜାତୀୟ ପତାକା ‘ତ୍ରିରଙ୍ଗା’ ରଖିଛନ୍ତି। ଏହାସହ ସମସ୍ତେ ଏହା କରିବାକୁ ସେ ଦେଶର ଲୋକଙ୍କୁ ଅନୁରୋଧ କରିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି କହିଛନ୍ତି, ଆଜି ଅଗଷ୍ଟ ୨ ଏକ ବିଶେଷ ଦିନ! ଗୋଟିଏ ସମୟରେ ଆମେ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛୁ, ଆମ ଦେଶ ତ୍ରିରଙ୍ଗା ଅଭିଯାନ ପାଇଁ ପ୍ରସ୍ତୁତ। ତ୍ରିରଙ୍ଗା ମହୋତ୍ସବ ଏକ ସାମୂହିକ ଆନ୍ଦୋଳନ। ମୁଁ ମୋର ସୋସିଆଲ ମିଡିଆରେ ଡିପି ପରିବର୍ତ୍ତନ କରିଛି ଏବଂ ଆପଣ ସମସ୍ତଙ୍କୁ ସମାନ କାର୍ଯ୍ୟ କରିବାକୁ ଅନୁରୋଧ କରୁଛି।
ସେହିପରି ଜାତୀୟ ପତାକା ଡିଜାଇନ କରିଥିବା ପିଙ୍ଗାଲି ଭେଙ୍କୟାଙ୍କୁ ମଧ୍ୟ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଆଜି ଅର୍ଥାତ୍‌ ଅଗଷ୍ଟ ୨ ହେଉଛି ଭେଙ୍କୟାଙ୍କର ଜନ୍ମ ବାର୍ଷିକୀ। ପ୍ରଧାନମନ୍ତ୍ରୀ କହିଛନ୍ତି, ‘ତ୍ରିରଙ୍ଗା’ ପ୍ରସ୍ତୁତ କରିବାରେ ତାଙ୍କ ଉଦ୍ୟମ ବେଶ୍‌ ପ୍ରଶଂସନୀୟ। ତାଙ୍କ ନିକଟରେ ଦେଶ ସର୍ବଦା ଋଣୀ ରହିବ। ‘ତ୍ରିରଙ୍ଗା’ରୁ ଶକ୍ତି ଏବଂ ପ୍ରେରଣା ନେଇ ଆସନ୍ତୁ, ଜାତିର ପ୍ରଗତି ପାଇଁ କାର୍ଯ୍ୟ କରିବା।
ଗତ ଜୁଲାଇ ୩୧, ରବିବାର ଦିନ ପ୍ରସାରିତ ‘ମନ କି ବାତ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, ଆଜାଦୀ ଦି କା ଅମୃତ ମହୋତ୍ସବ ଏକ ଜନ ଆନ୍ଦୋଳନରେ ପରିଣତ ହେଉଛି। ଅଗଷ୍ଟ ୨ ରୁ ୧୫ ମଧ୍ୟରେ ସୋସିଆଲ ମିଡିଆ ଆକାଉଣ୍ଟଗୁଡିକର ପ୍ରୋଫାଇଲ ଫଟୋ ‘ତ୍ରିରଙ୍ଗା’ ରଖିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଥିଲେ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଧ୍ୟ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକର ଡିପି ପରିବର୍ତ୍ତନ କରି ‘ତ୍ରିରଙ୍ଗା ’ ରଖିଛନ୍ତି।
ଦେଶର ସ୍ବାଧୀନତାର ୭୫ ବର୍ଷ ପୂରଣ ହେବା ଅବସରରେ ହର ଘର ତିରଙ୍ଗା ଯୋଜନା ଆରମ୍ଭ ହୋଇଛି। ପ୍ରତ୍ୟେକ ନାଗରିକଙ୍କୁ ଅଗଷ୍ଟ ୧୩ରୁ ଅଗଷ୍ଟ ୧୫ ପର୍ଯ୍ୟନ୍ତ ନିଜ ଘରେ ତ୍ରିରଙ୍ଗା ଲଗାଇବାକୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri