Posted inଜାତୀୟ

ରାଜୁଙ୍କ ବିୟୋଗରେ ଶୋକ ବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ

ନୁଆଦିଲ୍ଲୀ,୨୧।୯: ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କ ୫୮ବର୍ଷ ବୟସରେ ପରଲୋକ ଘଟିଛି। ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ଗୁରୁବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟରେ ଟୁଇଟ କରିଛନ୍ତି ଯେ, ରାଜୁଙ୍କ ହସ, ହାସ୍ୟ ଏବଂ ସକରାତ୍ମକତା ସହିତ ଆମ ଜୀବନକୁ ଆଲୋକିତ କରିଥାଏ। ଖୁବ୍‌ କମ୍‌ ସମୟରେ ସେ ଆମକୁ ଛାଡ଼ି ଚାଲିଗଲେ। କିନ୍ତୁ ତାଙ୍କର ଚମତ୍କାର ଅଭିନୟ ପାଇଁ ସେ ବର୍ଷ ବର୍ଷ ଧରି ଅଗଣିତ ଲୋକଙ୍କ ହୃଦୟରେ ଜୀବୀତ ରହିବେ। ତାଙ୍କ ମୃତ୍ୟୁ ବହୁତ ଦୁଃଖଦାୟକ। ତାଙ୍କ ପରିବାର ଏବଂ ପ୍ରଶଂସକଙ୍କୁ ମୋଦି ସମବେଦନା ଜଣାଇଛନ୍ତି। ସେହିପରି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଟୁଇଟ କରି ହାସ୍ୟ ଅଭିନେତାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ସେ ଲେଖିଛନ୍ତି, ଲୋକପ୍ରିୟ ହାସ୍ୟ ଅଭିନେତା ରାଜୁ ଶ୍ରୀବାସ୍ତବଙ୍କର ଏକ ନିଆରା ଅନ୍ଦାଜ ରହିଥିଲା। ନିଜର ଚମତ୍କାର ପ୍ରତିଭା ଦ୍ୱାରା ସେ ସମସ୍ତଙ୍କୁ ପ୍ରଭାବିତ କରିଥିଲେ। ତାଙ୍କ ନିଧନ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ଶାହା ସମବେଦନା ଜଣାଇଛନ୍ତି। ଏଥିସହ ଭଗବାନ ସେମାନଙ୍କୁ ଏହି ଦୁଃଖ ସହିବାକୁ ଶକ୍ତି ଦିଅନ୍ତୁ ବୋଲି ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?